ଭାଜପା ଆଭିମୁଖ୍ୟ ଉପରେ ନଜର

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଗୁରୁବାର ନିର୍ବାଚନ କମିଶନ ପାଟକୁରା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ରେ ପାଟକୁରାରେ ଭୋଟ ହେବାକୁ ଥିବାବେଳେ ୨୪ରେ ହେବ ଗଣତି। ଏହି ଆସନ ହାତେଇବାକୁ ବିଜେଡି ଓ ଭାଜପା ଜୋର୍‌ଦାର ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ଅପରପକ୍ଷେ କଂଗ୍ରେସ ମଧ୍ୟ ସମାନଭାବେ ନିଜର ପ୍ରସ୍ତୁତି ଆରମ୍ଭ କରିଛି। ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ବେଳେ ବିଜେଡି ଓ ଭାଜପା ବୁଝାମଣା କଥା ଉଠାଇ କଂଗ୍ରେସ ଲୋକମାନଙ୍କ ନିକଟତର ହେବା ପାଇଁ ଯୋଜନା ରଖିଥିବା ଜଣାପଡିଛି। ଏପରିସ୍ଥିତିରେ ନିର୍ବାଚନ ଆଚରଣବିଧି ଲାଗୁ ହୋଇ ସାରିଥିବା ବେଳେ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୩୦୯ ବୁଥ୍‌ରେ ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଶେଷ ହୋଇସାରିଛି। ଏପରି କି ନିର୍ବାଚନରେ ନିୟୋଜିତ ହେବାକୁ ଥିବା କର୍ମଚାରୀଙ୍କୁ ତାଲିମ ଦିଆଯାଇ ସାରିଛି। ତେବେ ନିର୍ବାଚନ ଲାଗି ବିଜେଡି ବହୁ ନେତାଙ୍କୁ ଦାୟିତ୍ୱ ବାଣ୍ଟିଦେଇଛି। ବରିଷ୍ଠ ନେତା ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ଅରୁଣ ସାହୁ ଏବଂ ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇ ୩ଟି କମିଟି ଗଠନ କରାଯାଇଛି। ନିର୍ବାଚନକୁ ଆଉ ୧୫ଦିନରୁ କମ୍‌ ସମୟ ଥିବାବେଳେ ରବିବାର ସୁଦ୍ଧା ସବୁ ନେତାମାନଙ୍କୁ ପାଟକୁରାରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଚର୍ଚ୍ଚା ହେଉଛି। ଦାୟିତ୍ୱ ପାଇଥିବା ନେତାମାନେ ନିଜ କର୍ତ୍ତବ୍ୟ କିପରି ଠିକ୍‌ ଢଙ୍ଗରେ ପାଳନ କରିବେ ସେନେଇ ପ୍ରୟାସ ଚଳାଇଛନ୍ତି। ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ ପାଟକୁରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିବା ଶୁଣାଯାଉଛି। ଅନ୍ୟପଟେ ଭାଜପା ପକ୍ଷରୁ ମଧ୍ୟ ଜୋର୍‌ଦାର ଉଦ୍ୟମ ଆରମ୍ଭ ହୋଇଛି। ଦଳର କେତେଜଣ ନେତାଙ୍କୁ ସଙ୍ଗଠନ ଦାୟିତ୍ୱ ଦିଆଯାଇଥିଲା। ସେହି ନେତାମାନେ ମଧ୍ୟ ସ୍ଥାନୀୟ ଅଞ୍ଚଳ ଗସ୍ତକରି ବୈଠକ କରିସାରିଛନ୍ତି। ୧୪୬ ବିଧାନସଭା ଆସନ ପାଇଁ ନିର୍ବାଚନ ହେବାବେଳେ ଭାଜପା ନେତାଙ୍କ ପାଖରେ ଯେଉଁ ଆଗ୍ରହ ଏବଂ ଲଢୁଆ ମନୋଭାବ ଦେଖିବାକୁ ମିଳୁଥିଲା ତାହା ଏବେକା ସମୟରେ ଆଉ ନ ଥିବା ଚର୍ଚ୍ଚା ହେଉଛି। ଗୋଟିଏ ଶାସକ ଦଳ ନିଜର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ପାଇଁ ଆସନ ବୁଝାମଣା କରିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଭାଜପା ପାଇଁ ଯଦି ଶାସକ ବିଜେଡି ଗୋଟିଏ ରାଜ୍ୟ ସଭା ଆସନ ଛାଡିଦେଇ ପାରୁଛି ତେବେ ଉଭୟଙ୍କ ମଧ୍ୟରେ ଭଲ ବୁଝାମଣା ଥିବା ଚର୍ଚ୍ଚା ହେବା ସ୍ବାଭାବିକ। ଏପରି ସ୍ଥିତିରେ ଭାଜପା କେତେଦୂର ବିଜେଡି ବିରୋଧରେ କଡା ଆଭିମୁଖ୍ୟ ପୋଷଣ କରୁଛି, ତା’ଉପରେ ଲୋକଙ୍କ ନଜର ରହିଛି। ଦଳ ନିକଟରେ ମୁଖ୍ୟ ବିରୋଧୀ ଦଳ ଆସନ ଗ୍ରହଣ କରିଛି। ମାତ୍ର ବିଭିନ୍ନ ପ୍ରସଙ୍ଗରେ ନିର୍ବାଚନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭଳି ବହୁ ନେତା ନବୀନଙ୍କ ପ୍ରଶଂସା କରିଛନ୍ତି। ତେଣୁ ବର୍ତ୍ତମାନ କେଉଁ ପଦ୍ଧତିରେ ସେମାନେ ବିଜେଡି ବିରୋଧୀ ଆଭିମୁଖ୍ୟ ରଖି ନିର୍ବାଚନ ରଣାଙ୍ଗନ ଅତିକ୍ରମ କରିବେ ତାହା ମଧ୍ୟ ଦେଖିବା ସାପେକ୍ଷ। ସେପଟେ କଂଗ୍ରେସ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ପାଟକୁରା ନିର୍ବାଚନ ନେଇ କଂଗ୍ରେସ କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବୀ ବିଶ୍ୱାଳଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହେବ। ବୈଠକରେ ନେତାମାନଙ୍କୁ ଦାୟିତ୍ୱ ବଣ୍ଟାଯିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri