Posted inଜାତୀୟ

ଭାଜପା ଏକୁଟିଆ ଗୋଟିଏ ବି ଆସନ ବି ଜିତିପାରିବ ନାହିଁ: ନିଜ ଦଳକୁ ଚେତାଇଲେ ଭାଜପା ବିଧାୟକ

ଗ୍ୟାଙ୍ଗଟକ୍‌,୨୯।୮: ଆସନ୍ତା ବର୍ଷ ସିକ୍କିମରେ ବିଧାନସଭା ନିର୍ବାଚନ ହେବ। ଏହାପୂର୍ବରୁ ସମସ୍ତ ଦଳ ସେମାନଙ୍କ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରି ଦେଇଛନ୍ତି। ଗ୍ୟାଙ୍ଗଟକ୍‌ରୁ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଓ୍ବାଇ.ଟି ଲେପଚା ଦାବି କରିଛନ୍ତି ଯେ, ଯଦି ଏହି ନିର୍ବାଚନରେ ଦଳ ଏକାକୀ ଲଢେ ତେବେ ୫୦୦ଟି ଭୋଟ ମଧ୍ୟ ପାଇ ପାରିବ ନାହିଁ।
ଉଲ୍ଲେଖନୀୟ କଥା ହେଉଛି, ନିକଟରେ ଭାଜପା ପକ୍ଷରୁ କୁହାଯାଇଛି ଯେ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଙ୍କ ନେତୃତ୍ୱରେ ମିଳିତ ସହଯୋଗୀ ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା (ଏସକେଏମ)ଉପରେ ଆମେ ସନ୍ତୁଷ୍ଟ ନାହଁୁ ଏବଂ ଏକୁଟିଆ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚିନ୍ତା କରିପାରୁ। ଏହା ଉପରେ ଲେପଚା କହିଛନ୍ତି ଯେ, ଯଦି ଭାଜପା ଏହା କରେ ତେବେ ବିଜୟ ହାସଲ ହୋଇପାରିବ ନାହିଁ। ଏସକେଏମ ସହ ମେଣ୍ଟ ନ କରି ସିକ୍କିମରେ ହେବାକୁ ଥିବା ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା କୌଣସି ଆସନ ଜିତିବାର ସମ୍ଭାବନା କମ। ମୁଁ ବ୍ୟକ୍ତିଗତ ଭାବେ ମିଳିତ ମେଣ୍ଟକୁ ସମର୍ଥନ କରେ। ୨୦୨୪ରେ ମଧ୍ୟ ଏସକେଏମ ଏବଂ ଭାଜପା ମଧ୍ୟରେ ମେଣ୍ଟ ଜାରି ରହିବା ଉଚିତ୍‌। ଯଦି ଉଭୟ ଦଳ ଏକାଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, ତେବେ ସେମାନେ ସହଜରେ ଜିତିବେ।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri