Posted inଜାତୀୟ

ଭାଜପା କୋର୍‌ କମିଟି ବୈଠକରେ ଯୋଗ ଦେଲେନି ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୧।୧୨: ଭାଜପାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମୁଣ୍ଡେଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ ଖୁବ୍‌ଶୀଘ୍ର ଦଳ ଛାଡିବେ ବୋଲି ଆଲୋଚନା ହେଉଛି। ସେ ମଙ୍ଗଳବାର ଭାଜପା ପକ୍ଷରୁ ଆୟୋଜିତ କୋର୍‌ କମିଟି ବୈଠକରେ ଯୋଗ ଦେଇନାହାନ୍ତି। ଡିସେମ୍ବର ୧୨ରେ ଗୋପୀନାଥଗଡରେ ଆୟୋଜିତ ହେବାକୁ ଥିବା ସଭା ପାଇଁ ବ୍ୟସ୍ତ ଥିବାରୁ ସେ ବୈଠକରେ ଯୋଗଦେଇ ନ ଥିବା ପଙ୍କଜା ସଫେଇ ଦେଇଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ତିନି ଦିନରେ ଫଡନବିସ ସରକାର ଭାଙ୍ଗିବା ପରେ ଭାଜପାରେ ବିଦ୍ରୋହ ଦେଖାଦେଇଛି। ଯଦିଓ ସେ ସିଧାସଳଖ ଭାଜପା କିମ୍ବା ଫଡନବିସଙ୍କ ବିରୋଧରେ କିଛି କହି ନାହାନ୍ତି, ହେଲେ ତାଙ୍କ ପଦକ୍ଷେପ ଅନ୍ୟ କିଛି ସଙ୍କେତ ଦେଇଛି। ଡିସେମ୍ବର ୧୨ ତାରିଖରେ ଗୋପୀନାଥ ମୁଣ୍ଡେଙ୍କ ଜନ୍ମଦିନ। ଏହି ଦିନ ପଙ୍କଜା ନିଜ ସମର୍ଥକମାନଙ୍କୁ ଡାକିଛନ୍ତି। ସମର୍ଥକମାନଙ୍କ ସହ ସେ ଆଲୋଚନା କରିବେ। ୧୦ ଦିନ ଭିତରେ ବଡ ନିଷ୍ପତ୍ତି ନେବେ ବୋଲି ପଙ୍କଜା ନିଜ ଫେସବୁକରେ ପୋଷ୍ଟ କରି କହିଥିଲେ। ପଙ୍କଜା ମୁଣ୍ଡେ ଏଥର ନିର୍ବାଚନ ହାରିଛନ୍ତି। ମହାରାଷ୍ଟ୍ର ପରଲି ଆସନରୁ ସେ ନିର୍ବାଚନ ଲିଥିଲେ। ତାଙ୍କ ବିପକ୍ଷରେ ଧନଞ୍ଜୟ ମୁଣ୍ଡେ ଏନସିପିରୁ ପ୍ରାର୍ଥୀ ହୋଇଥିଲେ। ଧନଞ୍ଜୟ ହେଉଛନ୍ତି ପଙ୍କଜାଙ୍କ ଭାଇ। ପଙ୍କଜାଙ୍କୁ ସେ ୩୦ ହଜାରରୁ ଅଧିକ ଭୋଟରେ ପରାଜିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri