ଭାଜପା ଛାଡି ବିଜେଡିରେ ଯୋଗଦେଲେ ୨୦ ସମିତିସଭ୍ୟାସଭ୍ୟ: ଜୁନାଗଡ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ଆସନ ଟଳମଳ

ଜୁନାଗଡ,୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୨୦ଜଣ ସମିତିସଭ୍ୟାସଭ୍ୟ ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ନେତୃତ୍ୱରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ଯୋଗଦେଇଥିଲେ। ଏପଟେ ୨୦ ଜଣ ସମିତିସଭ୍ୟାସଭ୍ୟ ବିଜେଡିରେ ଯୋଗଦେବା ପରେ ଜୁନାଗଡ ବ୍ଲକ ଅଧ୍ୟକ୍ଷା/ଉପାଧ୍ୟକ୍ଷ ଆସନ ଏବେ ଟଳମଳ ପରିସ୍ଥିତି ସୃଷ୍ଟି ହୋଇଛି। ଜୁନାଗଡ ବ୍ଲକରେ ମୋଟ ୩୪ଟି ପଞ୍ଚାୟତ ରହିଛି। ସେଥିମଧ୍ୟରୁ ବ୍ଲକ ଅଧ୍ୟକ୍ଷା/ଉପାଧ୍ୟକ୍ଷ ପଦବୀ ପାଇଁ ୧୮ଟି ସମିତିସଭ୍ୟା/ସଭ୍ୟ ଦରକାର। ଗତ ୨୦୧୭ରୁ ଏଠାରେ ଭାଜପା ସମର୍ଥିତ ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ରହିଛନ୍ତି। ବର୍ତ୍ତମାନ ୨୦ଜଣ ସମିତିସଭ୍ୟାସଭ୍ୟ ବିଜେଡିରେ ଯୋଗଦେବା ପରେ ଖୁବଶୀଘ୍ର ଅନାସ୍ଥା ପ୍ରସ୍ତାବ ଆଶଙ୍କା ଦେଖାଯିବା ସହ ଭାଜପା ସମର୍ଥିତ ବ୍ଲକ ଅଧ୍ୟକ୍ଷା/ଉପାଧ୍ୟକ୍ଷ ପଦବୀ ଯାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଏହାକୁ ନେଇ ଜୁନାଗଡ ବ୍ଲକ ରାଜନିତୀରେ ଏବେ ଭୁକୁଞ୍ଚନ ସୃଷ୍ଟି ହୋଇଛି। ଜିଲା କାର୍ଯ୍ୟକାରୀ ସଭାପତି ପ୍ରବୋଦ ରଥ, ଭବାନୀପାଟଣା ପୂର୍ବତନ ନଗରପାଳ ଆଦିତ୍ୟ ପ୍ରସାଦ ନନ୍ଦ, ଜୁନାଗଡ ସରପଞ୍ଚ ସଂଘ ସଭାପତି ଅଜୟ କୁମାର ବେହେରା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ କୁମାର ସାହୁ, ଜୁନାଗଡ ବ୍ଲକ ସଭାପତି ପ୍ରମୋଦ ବେହେରା, ଯୁବ ନେତା ଦିନେଶ ବଗର୍ତ୍ତୀ, ଆଇନଜୀବୀ ବିଶ୍ୱନାଥ କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri