Posted inଜାତୀୟ

ଭାଜପା ନେତା ବିଜୟଭର୍ଗିୟଙ୍କୁ ଜେଡ୍ ପ୍ଲସ ସୁରକ୍ଷା ସହ ବୁଲେଟ୍ ଫ୍ରୁଫ୍ କାର୍‌

କୋଲକାତା,୧୪ ।୧୨: ଭାରତୀୟ ଜନତା ପାର୍ଟି(ଭଜପା)ର ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟଭର୍ଗିୟଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । କିଛିଦିନ ତଳେ ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ର୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଏହା କରାଯାଇଥିବା କୁହାଯାଉଛି । ଏହି ଆକ୍ରମଣରେ ବିଜୟଭର୍ଗିୟଙ୍କ ଗାଡି ଉପରକୁ ମଧ୍ୟ ପଥରମାଡ କରାଯାଇଥିଲା । ଯେଉଁଥିରେ ତାଙ୍କ ହାତରେ ଆଘାତ ଲାଗିବା ସହ ତାଙ୍କର ଲିଗାମେଣ୍ଟ ଫ୍ୟାକ୍‌ଚର ହୋଇଯାଇଥିବା ଜଣାପଡିଥିଲା । ଏହାକୁ ଦୃଷ୍ଟିରେ ରଖି ଏବେ ବିଜୟଭର୍ଗିୟଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । ସେ ଏବେ ଜେଡ୍ ପ୍ଲସ ସୁରକ୍ଷା ସହ ବୁଲେଟ୍ ଫ୍ରୁଫ୍ ଗାଡି ବ୍ୟବହାର କରିବେ । ନଡ୍ଡାଙ୍କ ଉପରେ ଦକ୍ଷିଣ ୨୪ ପ୍ରଗଣାରେ ଯେଉଁ ପଥରମାଡ କରାଯାଇଥିଲା ସେଥିରେ ତାଙ୍କ ପାଖରେ ବୁଲେଟ୍ ଫ୍ରୁଫ୍ ଗାଡି ଥିଲା ବୋଲି ସେ ବଞ୍ଚି ଯାଇଥିବା ପ୍ରକାଶ କରିଥିଲେ । ତେଣୁ ଏବେ ବିଜୟଭର୍ଗିୟଙ୍କ ସୂରକ୍ଷାକୁ ମଧ୍ୟ ବଢାଇ ଦିଆଗଲା । ତେବେ ସେହି ଆକ୍ରମଣ ତ୍ରୁଣମୂଳ କଂଗ୍ରେସ (ଟିଏମ୍‌ସି) ଦ୍‌୍ୱାରା କରାଯାଇଥିବା ଭାଜପା ଅଭିଯୋଗ କରିଥିଲା । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏବେଠାରୁ ଭାଜପା ଓ ଟିଏମ୍‌ସି ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଲାଗି ପଡିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri