ଭାଜପା ନେତାଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ବର୍ତ୍ତମାନ ଭୟଙ୍କର ରୂପ ଧାରଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ ଏହି ସଙ୍କଟରୁ ରକ୍ଷା ପାଇବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସମୟରେ ଭାଜପା ପକ୍ଷରୁ ‘ଆରୋଗ୍ୟ ସେତୁ’ ମୋବାଇଲ ଆପ୍ଲିକେଶନକୁ ଲୋକପ୍ରିୟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ବୁଧବାର ରାଜ୍ୟର ଦୁଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ, ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟ ପଦାଧିକାରୀ ଏବଂ କେନ୍ଦ୍ରୀୟ ନେତାମାନଙ୍କ ମଧ୍ୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା ହେବାପରେ ଏହି ନିଷ୍ପତ୍ତି ହୋଇଥିବା ସୂଚନା ଦିଆଯାଇଛି। ‘ଆରୋଗ୍ୟ ସେତୁ’ ଆପ୍ଲିକେଶନ ମାଧ୍ୟମରେ ସାଧାରଣ ଲୋକମାନେ କରୋନା ଭୂତାଣୁ ସଂକ୍ରମଣ ଠାରୁ ନିଜକୁ ଦୂରେଇ ରଖିପାରିବେ। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଆଲୋଚନା ପରେ ସୂଚନା ଦେଇ କହିଛନ୍ତି ଯେ, ଅତ୍ୟାଧୁନିକ ବ୍ଲୁ ଟୁଥ୍‌ ପ୍ରଯୁକ୍ତି, ଆଲଗୋରିଦିମ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ଉପଯୋଗକରି ବ୍ୟବହାରକାରୀଙ୍କ ସଂସ୍ପର୍ଶରେ ଆସୁଥିବା କରୋନା ସଂକ୍ରମିତଙ୍କ ସମ୍ପର୍କରେ ଜାଣିହେବ। ଲୋକେଶନ ଅନ୍‌ କରି ଆପଣ କେଉଁ ସ୍ଥାନରେ ରହିଛନ୍ତି ଏବଂ ସେହି ସ୍ଥାନ କେତେ ମାତ୍ରାରେ ସୁରକ୍ଷିତ ସେ ବିଷୟରେ ଜାଣିହେବ। କରୋନା ବିପଦରୁ କିପରି ସୁରକ୍ଷିତ ରହିହେବ ସେନେଇ ମଧ୍ୟ ଉକ୍ତ ଆପ୍‌ ପରାମର୍ଶ ଦେବ। କରୋନା ସମ୍ପର୍କରେ ଯଦି କିଛି ସନ୍ଦେହ ରହେ ତେବେ ଏହି ଆପ୍‌ ଜରିଆରେ ଜାଣିହେବ ବୋଲି ସମୀର କହିଛନ୍ତି। ପ୍ରତ୍ୟେକ କାର୍ଯ୍ୟକର୍ତ୍ତା ଏହି ଆପ୍‌ ବ୍ୟବହାର କରିବା ସହ ଲୋକମାନଙ୍କୁ ମଧ୍ୟ ଏହାର ବ୍ୟବହାର ପାଇଁ ପ୍ରବର୍ତ୍ତାନ୍ତୁ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri