ଭାଜପା-ବିଜେଡି ମୁହାଁମୁହିଁ

ପୁରୀ ଅଫିସ, ୨୪।୪: ପୁରୀ ଭାଜପା ଯୁବମୋର୍ଚ୍ଚା ଜିଲା ସଭାପତି ଜୟନ୍ତ କୁମାର ଦାଶଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଜୟନ୍ତଙ୍କୁ ପେଣ୍ଠକଟା ନୋଳିଆ ବସ୍ତିରେ ୧୫ରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ ମରଣାନ୍ତକ ଆକ୍ରମଣ କରିଥିବା ସମୁଦ୍ରକୂଳ ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଭାଜପା ଯୁବମୋର୍ଚ୍ଚାର ଶତାଧିକ କର୍ମୀ ସମୁଦ୍ରକୂଳ ଥାନା ଘେରାଉ କରିଥିଲେ। ଯୁବମୋର୍ଚ୍ଚା ଅଭିଯୋଗ କରିଛି ଯେ, ପୋଲିସ ଶାସକ ଦଳର ଏଜେଣ୍ଟ ସାଜିଛି। ସିଟି ଡିଏସ୍‌ପି ଉକ୍ତ ଅଞ୍ଚଳରେ ଡ୍ୟୁଟି କରୁଥିଲେ। ତାଙ୍କୁ ଘଟଣା ସମ୍ପର୍କରେ ଜଣାଇବା ସତ୍ତ୍ୱେ ସେ ଗୁରୁତ୍ୱ ଦେଇ ନ ଥିଲେ। ବରଂ ଯୁବମୋର୍ଚ୍ଚା କର୍ମୀମାନଙ୍କୁ ଗାଳିଗୁଲଜ କରିଥିଲେ। ଖବର ପାଇ ପୁରୀ ବିଧାନସଭା ଆସନର ଭାଜପା ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ସମୁଦ୍ରକୂଳ ଥାନାରେ ପହଞ୍ଚତ୍ ପୋଲିସ ସହ ଆଲୋଚନା କରିଥିଲେ। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ପାଇଁ ସେ ଦାବି କରିଛନ୍ତି। ଅଭିଯୋଗ ଅନୁଯାୟୀ, ସୋମବାର ସନ୍ଧ୍ୟାରେ ପେଣ୍ଠକଟା ନୋଳିଆ ବସ୍ତିରେ ବିଜେଡି ସମର୍ଥକମାନେ ଘର ଘର ବୁଲି ଟଙ୍କା ବାଣ୍ଟୁଥିବା ଭାଜପା ଯୁବମୋର୍ଚ୍ଚା ପାଖରେ ଖବର ପହଞ୍ଚତ୍ଥିଲା। ଏ ନେଇ ଜିଲାପାଳ, ଉପଜିଲାପାଳ, ନିର୍ବାଚନ କମିଶନଙ୍କୁ ଅଭିଯୋଗ କରାଯାଇଥିଲା। ମାତ୍ର କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ପରେ ଭାଜପା ଯୁବମୋର୍ଚ୍ଚା ସଭାପତି ଜୟନ୍ତ ଦାଶ ଘଟଣାସ୍ଥଳକୁ ଟଙ୍କା ବଣ୍ଟାକୁ ବିରୋଧ କରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ବିଜେଡି କର୍ମୀମାନେ ହଠାତ୍‌ ତାଙ୍କୁ ଆକ୍ରମଣ କରିଥିଲେ। ସେ ତଳେ ପଡ଼ିିଯିବାରୁ ତାଙ୍କୁ ଦଳି ଦେଇଥିଲେ। ଆକ୍ରମଣରେ ତାଙ୍କ ବାମ ପଟ ଆଖିପତା ତଳ ଫାଟିିଯାଇଛି। ମୁହଁ, ନାକ, ଓଠ ଏବଂ ଶରୀରର ବିିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ଭାଜପା ଯୁବମୋର୍ଚ୍ଚା ସଭାପତିଙ୍କୁ ଆକ୍ରମଣ ଖବର ପାଇ ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ବିଶ୍ୱନାଥ ସେନାପତି, ଆଶିଷ ବରାଳ ଏବଂ ଅନ୍ୟ ୨ଜଣ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। ବିଶ୍ୱନାଥଙ୍କ ମୁଣ୍ଡ ଫାଟିଛି। ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚତ୍ ଆହତ ଦ୍ୱୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲା। ଜୟନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିିଛି। ତେବେ ପୁରୀ ବିଜେଡି ନଗର ସଭାପତି ସବ୍ୟସାଚୀ ମହାପାତ୍ରଙ୍କୁ ପଚାରିବାରେ ଯୁବମୋର୍ଚ୍ଚାର ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ଯେ, ଭାଜପା ହାରିଯିବା ଭୟରେ ଔଷଧ ବିକଳରେ ତାଟିଆ କାମୁଡ଼ିବା ସଦୃଶ ବିଜେଡି ବିରୋଧରେ ଏଭଳି ମିଥ୍ୟା ଅଭିଯୋଗ ଆଣୁଛି। ଭାଜପା ଶସ୍ତା ରାଜନୀତି କରୁଛି। ତେବେ ବିଜେଡି ବହୁମତରେ ଜିତିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଥାନାଧିକାରୀ ଗୌରାଙ୍ଗ ପୃଷ୍ଟି କହିଛନ୍ତି ଯେ, ଘଟଣା ସମ୍ପର୍କରେ ଅଭିଯୋଗ ହୋଇଛି। ଏ ନେଇ ତଦନ୍ତ ଜାରି ରହିଛି। କୌଣସି ଅପ୍ରୀତିକର ପରିସ୍ଥିତି ଆଶଙ୍କାରେ ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି। ସେହିପରି ସିଟି ଡିଏସ୍‌ପି ସୁଧାକର ସାହୁ ଯୁବମୋର୍ଚ୍ଚାର ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କୌଣସି କର୍ମକର୍ତ୍ତାଙ୍କୁ ଗାଳିଗୁଲଜ କରି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri