Posted inଜାତୀୟ

ଭାଜପା ବିଧାୟକଙ୍କ ଦାଦାଗିରି: ସରକାରୀ ଅଧିକାରୀଙ୍କୁ କହିଲେ, ତୁମେ ଚାକିରି କରିପାରିବ ନାହିଁ

ଭୋପାଳ, ୨୭।୬: ମଧ୍ୟପ୍ରଦେଶରେ ଭାରତୀୟ ଜନତା ପାର୍ଟି ବିଧାୟକ ଆକାଶ ବିଜୟବର୍ଗୀୟ ଜଣେ ସରକାରୀ ଅଧିକାରୀଙ୍କୁ ପିଟି ଗିରଫ ହେବାର ଗୋଟିଏ ଦିନ ପରେ ପୁଣି ସେମିତି ଏକ ମାମଲା ସାମ୍ନାକୁ ଆସିଛି। ବିଦିଶା ବିଧାୟିକା ଲିନା ଜୈନ ଏକ ସରକାରୀ କାର୍ଯ୍ୟକ୍ରମକୁ ନ ଡାକିବାରୁ ଗ୍ୟାରସପୁରର ଜଣେ କୃଷି ବିଭାଗ ଅଧିକାରୀଙ୍କୁ ଧମକ ଦେଇଛନ୍ତି। ସେ କହିଛନ୍ତି, ଚୌଧୁରୀ ଜୀ ତୁମେ ଏଠାରେ ଚାକିରି କରିପାରିବ ନାହିଁ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନାଯୋଗ୍ୟ, ବୁଧବାର ଭାଜପା ମହାସଚିବ କୈଳାସ ବିଜୟବର୍ଗୀୟଙ୍କ ପୁଅ ଆକାଶ ସରକାରୀ ଅଧିକାରୀଙ୍କୁ ମାରପିଟ କରୁଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା। ପରେ ପୋଲିସ ତାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri