ଭାଜପା ଭଳି ବିଜେଡି ରାଜନୀତିକରଣ କରିବାରେ ବିଶ୍ୱାସ କରେ ନାହିଁ: ସସ୍ମିତ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା ଦୁର୍ଭାଗ୍ୟଜନକ। ଏହାକୁ ଏଡ଼ାଯାଇ ପାରିଥାନ୍ତା। ଅଘଟଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଉଛୁ। ତାଙ୍କୁ କ୍ଷତିପୂରଣ ଦିଆଯାଉ। ଆହତ ବ୍ୟକ୍ତିଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦିଆଯାଉ। ଦୋଷୀଙ୍କୁ ଦଣ୍ଡ ମିଳିବା ଦରକାର। ଏଣୁ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ। ତେବେ ଅଘଟଣକୁ ବିଜେଡି ଭାଜପା ଭଳି ରାଜନୀତିକରଣ କରିବାରେ ବିଶ୍ୱାସ କରେନାହିଁ ବୋଲି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି।

ପ୍ରକାଶ ଯେ, ବିମାନବନ୍ଦର ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ଯୋଡ଼ିବା ପାଇଁ ତିଆରି ଚାଲିଥିବା ବିଲ୍ଡିଂର ଛାତ ଶୁକ୍ରବାର ରାତିରେ ଭୁଶୁଡ଼ି ପଡ଼ିଥିଲା। ଏହାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ବଡ଼ମ୍ବା ଅଞ୍ଚଳର ଅନ୍ତର୍ଯ୍ୟାମୀ ଗୁରୁ ଠିକା ସଂସ୍ଥାର ହେଲପର ଭାବେ କାମ କରୁଥିଲେ। ସେହିଭଳି ଗୁରୁତର ଢେଙ୍କାନାଳର ନବକିଶୋର ସ୍ବାଇଁ ଡ୍ରାଇଭର ଭାବେ କାମ କରୁଥିଲେ। କ୍ୟାପିଟାଲ ହସ୍ପିଟାଲରେ ନବକିଶୋରଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷେ ଶ୍ରମିକ ସୁରକ୍ଷାକୁ ନେଇ ସମସ୍ତ ବ୍ୟବସ୍ଥା ହୋଇଛି। ଛାତ ଢଳେଇ କାମ ସରି ଯାଇଥିବା ବେଳେ ଅଧିକ ଓଜନ ପଡ଼ିବାରୁ ଭୁଶୁଡ଼ି ପଡ଼ିଥିବା ନେଇ କନ୍‌ଷ୍ଟ୍ରକଶନ ସଂସ୍ଥାର ଏମ୍‌ଡି ଦିଲୀପ ଖଟୋଇ ସ୍ପଷ୍ଟିକରଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri