ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର ହଙ୍ଗାମା କରିଛନ୍ତି। ଭୁବନେଶ୍ୱରରେ ଇଚ୍ଛାଧୀନ କୋଟାରେ ଘର ନେବା ଓ ଏହି ଘଟଣାରେ ଭିଜିଲାନ୍ସ ତଦନ୍ତ କରୁଥିବା ନେଇ ତାରାଦତ୍ତ କମିଟି ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଇଛିି। ଏହା ସତ୍ତ୍ୱେ ଭାଜପା ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିଛି। ଦୁର୍ନୀତି ବିରୋଧରେ ଜିରୋ ଟଲେରାନ୍ସ କଥା କହୁଥିବା ମୁଖ୍ୟମନ୍ତ୍ରୀ ଦୁର୍ନୀତିଗ୍ରସ୍ତ ପ୍ରାର୍ଥୀଙ୍କୁ କିଭଳି ସମର୍ଥନ ଦେଲେ। ଅଶ୍ୱିନୀ ବିଆର୍‌ପିଏଲ୍‌ କମ୍ପାନୀର ଏମ୍‌ଡି ଅଛନ୍ତି। ଏହି କମ୍ପାନୀର ଅଂଶୀଦାର ଭାବେ ଜେପିଏସ୍‌ଏଲ୍‌, ଜେଏସ୍‌ପିଏଲ୍‌, ତ୍ରିବେଣୀ ଆର୍ଥ ମୁଭର୍‌ ଏହାର ଅଂଶୀଦାର ରହିଛନ୍ତି। ଦୁର୍ନୀତିରେ ବୁଡ଼ିଥିବା ଏବଂ ଓଡ଼ିଶାର ଲୋକ ହୋଇ ନ ଥିବା ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏ ବିଷୟରେ ମୁଖ୍ୟମନ୍ତ୍ରୀ ଗୃହରେ ସ୍ପଷ୍ଟୀକରଣ ରଖନ୍ତୁ ବୋଲି କଂଗ୍ରେସ ସଦସ୍ୟମାନେ ଦାବି କରିଥିଲେ।

କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର ଶୂନ୍ୟକାଳରେ ଏହି ପ୍ରଶ୍ନ ଉଠାଇ କହିଥିଲେ ଯେ, ବିଧାନସଭାରେ ବିରୋଧୀ ଦଳ ଭାବେ ଭାଜପା ନିଜକୁ ଉପସ୍ଥାପନ କରିପାରିବ ନାହିଁ। ବିରୋଧୀ ଦଳ ନେତାଙ୍କ ନାମ ବିଧିବଦ୍ଧ ଭାବେ ଘୋଷଣା ହୋଇ ନ ଥିବାରୁ ଭାଜପା କିପରି ବିରୋଧୀ ଦଳ ମାନ୍ୟତା ପାଇବ ବୋଲି ନରସିଂହ ପ୍ରଶ୍ନ କରିଛନ୍ତି। ଏଥିସହିତ ବିଧାନସଭାରେ ଆବଶ୍ୟକ ଭୋଟ ନ ଥିବା ବେଳେ ଭାଜପା ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ କରିବା ଓ ବିଜେଡି ଏହାକୁ ସମର୍ଥନ କରିବା କେତେଦୂର ଯଥାର୍ଥ। ତାରାଦତ୍ତ କମିଟି ରିପୋର୍ଟରେ ତାଙ୍କ ପ୍ରତି ଆକ୍ଷେପ କରାଯାଇଛି। ଇଚ୍ଛାଧୀନ କୋଟାରେ ଘର ନେଇଥିବାରୁ ଏହାର ଭିଜିଲାନ୍ସ ତଦନ୍ତ ଜାରି ରହିଛି। ଏଥିସହ ଖଣି ଦୁର୍ନୀତିରେ ଜଡ଼ିତ ଥିବା ବିଷୟ ଶାହା କମିଶନ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଗତ ୫ ବର୍ଷ ହେବ ଖଣି ଦୁର୍ନୀତିର ସିବିଆଇ ତଦନ୍ତ କେନ୍ଦ୍ରର ଏନ୍‌ଡିଏ ସରକାର କରିନାହାନ୍ତି। ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଗୃହରେ ବିବୃତି ଦିଅନ୍ତୁ ବୋଲି ନରସିଂହ ଦାବି କରିଛନ୍ତି। ଏହାକୁ ସମର୍ଥନ କରି କଂଗ୍ରେସ ସଦସ୍ୟ ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ତାରା ପ୍ରସାଦ ବାହିନୀପତି ନିଜ ଆସନ ନିକଟରେ ଛିଡ଼ା ହୋଇ ପାଟିତୁଣ୍ଡ କରିଥିଲେ। ବିରୋଧୀ ଦଳ ନେତା ଯେଉଁ ପ୍ରସଙ୍ଗ ଉତ୍ଥାପନ କରିଛନ୍ତି ତାହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଷୟ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟୀକରଣ ଦେବା ଦରକାର। କଂଗ୍ରେସ ପକ୍ଷରୁ ଅଣାଯାଇଥିବା ଅଭିଯୋଗକୁ ଭାଜପା ସଦସ୍ୟ ଜୟ ନାରାୟଣ ମିଶ୍ର ଶୂନ୍ୟକାଳରେ କଡ଼ା ଭାଷାରେ ସମାଲୋଚନା କରିଥିଲେ। ସେ କହିଥିଲେ ଯେ, ଭାଜପା କାହା ଦୟାରେ ବିରୋଧୀ ଦଳ ଆସନ ପାଇନାହିଁ। ଓଡ଼ିଶାର ଲୋକମାନେ ଭାଜପାକୁ ଏହି ଆସନରେ ବସାଇଛନ୍ତି। ବିଗତ ଦିନରେ କଂଗ୍ରେସ କ’ଣ କରିଛି ତାହା ସମସ୍ତେ ଜାଣିଛନ୍ତି। କଂଗ୍ରେସ ନିଜ କର୍ମ ପାଇଁ ଆଜି ତୃତୀୟ ସ୍ଥାନକୁ ଖସିଛି ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

ନାବାଳିକା ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କଲା ପ୍ରେମିକ: ଆଉ ତା’ପରେ…

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା...

ଭାଜପାର ବଡ଼ ଘୋଷଣା: ବୈଜୟନ୍ତଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଜନତା ପାର୍ଟି ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାଜପା। ବାଣିଜ୍ୟ ଏବଂ...

୨ ସନ୍ତାନ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି ଅଭିନେତା

ଅଭିନେତା ଅର୍ଜୁନ ରାମପାଲ ଶେଷରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଫିଲ୍ମ ‘ଧୁରନ୍ଧର’ର ସଫଳତା ପରେ ସେ ଏକ...

ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…

ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ...

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri