ଭାଜପା ଲୋକଙ୍କୁ ବିଭ୍ରାନ୍ତ ନ କରୁ: ବିଜେଡି

ଭୁବନେଶ୍ୱର,୧୫।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ସମ୍ପୂର୍ଣ୍ଣ ସୁରକ୍ଷିତ ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଏ ନେଇ ନିର୍ଭର ପ୍ରତିଶ୍ରୁତି ଦେଇଛି। ଆରବିଆଇକୁ ବିଶ୍ୱାସ କରି ଏହି ଘଟଣାରେ ରାଜନୀତି କରିବା ଉଚିତ ନୁହେଁ। ବିରୋଧୀ ଦଳ ଓ ସମସ୍ତ ରାଜନୈତିକ ଦଳକୁ ବିଶ୍ୱାସକୁ ନେଇ ବିଧାନସଭା ମାର୍ଚ୍ଚ ୨୯ ତାରିଖ ଯାଏ ମୁଲତବୀ ଘୋଷଣା କରାଯାଇଛି। ଭାଜପା ସଦସ୍ୟମାନେ ଏ ନେଇ ଲୋକଙ୍କୁ ବିଭ୍ରାନ୍ତ ନ କରନ୍ତୁ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

ଶନିବାର ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କହିଛନ୍ତି ଯେ ଯାହା ବି ପ୍ରସଙ୍ଗ ହେଉ ଆମେ ଆଲୋଚନା ପାଇଁ ପ୍ରସ୍ତୁତ। ବିଧାନସଭାରେ ଆସିଥିବା ମୁଲତବୀ ପ୍ରସ୍ତାବରେ ୟେସ୍‌ ବ୍ୟାଙ୍କ ଘଟଣା ସଂକ୍ରାନ୍ତରେ ବିସ୍ତୃତ ଭାବେ ଆଲୋଚନା ହୋଇଛି। ସେହି ଅନୁଯାୟୀ କେନ୍ଦ୍ର ସରକାର, ଆରବିଆଇ ଗଭର୍ନରଙ୍କୁ ଦାବି ପତ୍ର ଦେବାକୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୧୨ ଜଣିଆ ସଦସ୍ୟଙ୍କୁ ନେଇ ଗୃହ କମିଟି ଗଠନ କରାଯାଇଛି। ଗୃହ କମିଟି ଏ ଦିଗରେ ପରବର୍ତ୍ତୀ ପଦକ୍ଷେପ ନେବ। କରୋନା ମୁକାବିଲା ନେଇ ସରକାର କି ପ୍ରସ୍ତୁତି କରିଛନ୍ତି ସେ ସମ୍ପର୍କରେ ସୂଚନା ଦେଇ ଦାସବର୍ମା କହିଛନ୍ତି ଯେ କରୋନା ଏକ ଅନ୍ତର୍ଜାତୀୟ ବିପର୍ଯ୍ୟୟ ଭାବେ ଦେଖାଦେଇଛି। ଅଧିକାଂଶ ରାଜ୍ୟ ଏହାକୁ ବିପର୍ଯ୍ୟୟ ଭାବେ ଘୋଷଣା କରିବା ସହ କେନ୍ଦ୍ର ସରକାର ଗୁରୁତର ସହ ନେଇ ମୁକାବିଲ ନିମନ୍ତେ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ରାଜ୍ୟ ସରକାର ମଧ୍ୟ ଏ ଦିଗରେ ପଦକ୍ଷେପ ନେଉଛନ୍ତି । ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାର ଏଥିପାଇଁ ୨୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କେନ୍ଦ୍ର ସରକାର କରୋନାକୁ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଏହାକୁ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ରାଜ୍ୟ ଭାଜପା ଶାଖା ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପୂର୍ବରୁ ଭାଜପା ଶାସିତ ରାଜ୍ୟ କିଭଳି ଓଡିଶା ଅନୁରୂପ ପଦକ୍ଷେପ ନେଉଛନ୍ତି ତାହା ଅନୁଧ୍ୟାନ କରିବା ଆବଶ୍ୟକ ବୋଲି ଦାସବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri