ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର କୁମର ନାଇକ।
ସୋରଡ଼ା ଥାନା ପରିସରରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଆସିକା ଏସ୍‌ଡିପିଓ ସୀତାରାମ ଶତପଥୀଙ୍କ ସୂଚନା ଅନୁଯାୟୀ, ଗ୍ରାମର ଗୋଟିଏ ଚଉଁରାରେ ଭାଜପା ପୋଷ୍ଟର ମରାଯାଇଥିଲା। ଉକ୍ତ ପୋଷ୍ଟରକୁ ବାହାର କରିବାକୁ ବିଜେଡି ସମର୍ଥକମାନେ କହିଥିଲେ। ଏ ନେଇ ରାତିରେ ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଭାଜପା ସମର୍ଥକ ଗଣେଶ ପତି ଏବଂ ତାଙ୍କ ପୁଅ ସନ୍ତୋଷଙ୍କ ସହ ବିଜେଡି ସମର୍ଥକମାନେ ପାଟିତୁଣ୍ଡ କରିଥିଲେ। ଏହି ସମୟରେ ସନ୍ତୋଷଙ୍କ ଉପରେ ବିଜେଡି ସମର୍ଥକ ଆକ୍ରମଣ କରିଥିଲେ। ଗୁରୁତର ସନ୍ତୋଷଙ୍କୁ ଭଞ୍ଜନଗର ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବାପା ଗଣେଶଙ୍କ ଏତଲା କ୍ରମେ ପୋଲିସ ନଂ. ୫୬/୧୯ରେ ଏକ ମାମଲା ରୁଜୁ କରି କୁମର ନାଇକଙ୍କୁ ଗିରଫ କରିଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଫେରାର୍‌ ଅଛନ୍ତି। ତାଙ୍କୁ ଧରାଯିବ ଶୀଘ୍ର କାବୁ କରାଯିବ ବୋଲି ପୋଲିସ କହିଛି। ଆକ୍ରମଣ ପରେ ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ, ଯୁବନେତା କବିରାଜ ସ୍ବାଇଁ, ସୂର୍ଯ୍ୟ ପ୍ରଧାନ, ସୁରେନ୍ଦ୍ର ଡାକୁଆଙ୍କ ସମେତ ବହୁ କର୍ମୀ, ଜନସାଧାରଣ ବୁଧବାର ରାତିରେ ଭଞ୍ଜନଗର-ସୋରଡ଼ା ରାସ୍ତା ଅବରୋଧ କରିଥିଲେ। ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ସୋରଡ଼ା ଥାନାଧିକାରୀ ପ୍ରଭାତ ସାହୁ ମୃତଦେହ ଜବତ କରି ଭଞ୍ଜନଗର ମେଡିକାଲରେ ବ୍ୟବଚ୍ଛେଦ କରାଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ ଘଟଣାସ୍ଥଳ ପରିଦର୍ଶନ କରି ଫେରିଛନ୍ତି। ଘଟଣାପରେ ଉକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri