Posted inଜାତୀୟ

ପ୍ରଶାନ୍ତଙ୍କୁ ଚେତାବନୀ ଦେଲେ ମମତା

କୋଲକାତା,୨୧ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ହେଲେ ଏହି ସମୟରେ ଶାସନ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ଦଳ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଉଥିବା ଦେଖାଯାଇଛି । ଦଳ ମଧ୍ୟ ନିଜର ଅସନ୍ତୁଷ୍ଟ ନେତାଙ୍କୁ ଅଟକାଇ ପାରୁ ନାହିଁ । ଏହାକୁ ନେଇ ଏବେ ଦଳ ମଧ୍ୟରେ କନ୍ଦଳ ସୃଷ୍ଟି ହେଲାଣି । ଏବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳର ନିର୍ବାଚନୀ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ୍ ପିକେଙ୍କ ଉପରେ ନାରାଜ ହେଲେଣି । ମିଳିଥିବା ସୂଚନାରୁ ଜଣାପଡିଛି କି ମମତା ସ୍ଥିତି ସମ୍ଭାଳିବାକୁ ନେଇ ପ୍ରଶାନ୍ତଙ୍କୁ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯଦି ଏପରି ନ ହୁଏ ତେବେ ତାଙ୍କୁ ଶେଷ ନିଷ୍ପତ୍ତି ନେବାକୁ ପଡିବ । ଅନ୍ୟପଟେ ସୋମବାର ପ୍ରଶାନ୍ତ କିଶୋର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଚେତାବନୀ ଦେଇ କହିଛନ୍ତି ଏଥର ବିଧାନସଭା ନିର୍ବାଚନରେ ଭାଜପା ୨ ଅଙ୍କ ଛୁଇଁ ପାରିବ ନାହିଁ । ଗୁରୁତର ସହ ଦେଖିବାକୁ ଗଲେ ମମତା ପ୍ରଶାନ୍ତଙ୍କୁ ଅଲଟିମେଟମ ଦେଇ ଦେଇଛନ୍ତି । ଯଦି ସେ ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଅସଫଳ ହୁଅନ୍ତି ତେବେ ସେ ନିଜେ ଶେଷ ନିଷ୍ପତ୍ତି ନେବେ । ସୂଚନାଯୋଗ୍ୟ, ଟିଏମ୍‌ସି ଛାଡି ଭାଜପାରେ ଯୋଗ ଦେଇଥିବା କେତେଜଣ ନେତା ଏବେ ଟିଏମ୍‌ସିରେ ଫାଟ ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ବେଳେ ମମତାଙ୍କୁ ମଇଦାନକୁ ଓହ୍ଲାଇବାକୁ ପଡୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?