ଭାଜପାକୁ ବିଜୟର ଭରସା ଦେଲେ କଙ୍ଗନା

ମୁମ୍ବାଇ: ମନୋରଞ୍ଜନ ଦୁନିଆ ହେଉ ଅବା ରାଜନୀତି ସବୁଠି ମନ କଥା ଖୋଲା ଖୋଲି କହି ଚର୍ଚ୍ଚାକୁ ଆସୁଥିବା ନାୟିକା କଙ୍ଗନା ରାନାୱତ ଏଥର ବି ଆସିଛନ୍ତି ଚର୍ଚ୍ଚାକୁ । ଗୁରୁବାର ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଥିବା ବେଳେ ଏହାକୁ ନେଇ ନିଜର ମନ୍ତବ୍ୟ ଦେଇଛନ୍ତି କଙ୍ଗନା । ଏଥର ସେ ଉତ୍ତର ପ୍ରଦେଶର ଶାସକ ଦଳ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବିଜୟର ଭରସା ଦେଇଛନ୍ତି । ସୋସିଆଲ ମିଡିଆରେ ସେ ଖୋଲାଖୋଲି ଭାବେ ଏହି କଥା କହିଛନ୍ତି । ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ସହ ଏକ ଫଟୋ ଶେୟାର କରି ଲେଖିଛନ୍ତି, ଶେଷ ବିଜୟ ଆମର ହେବ, ନିଶ୍ଚିତ ଭାବେ ଏହାହିଁ ହେବ ପରିଣାମ । ଯାହାଙ୍କର ରକ୍ଷା ରାମ କରନ୍ତି ତାଙ୍କୁ କିଏ ପରାଜିତ କରିବ । ଏମିତି ଖୋଲା ଖୋଲି ଭାବେ ସେ ଭାଜପାର ବିଜୟ ହେବ ବୋଲି କହିଛନ୍ତି । ଏହାସହ ଆଉ ଏକ ପୋଷ୍ଟରେ କଙ୍ଗନା କହିଛନ୍ତି, ମିଶନ ଶକ୍ତିରେ ମହିଳା ହେଲେ ସୁରକ୍ଷିତ, ଝିଅଙ୍କୁ ମିଳିଲା ସମ୍ମାନ, ସେମାନେ ହେଲେ ଶିକ୍ଷିତ, ଆତ୍ମନିର୍ଭରଶୀଳ ଓ ଝିଅମାନଙ୍କୁ ମିଳିଲା ସମ୍ପୂର୍ଣ୍ଣ ସ୍ୱାଧୀନତା । ଅଧା ଜନସଂଖ୍ୟାକୁ ମିଳିଲା ସମ୍ପୁର୍ଣ୍ଣ ସମ୍ମାନ, ଯୋଗୀ ସରକାର ବଢାଇଲେ ୟୁପିର ମାନ । ମହିଳା ଓ ଶିଶୁଙ୍କ ସୁରକ୍ଷା ବଢିଲା, ଅପରାଧୀଙ୍କ ଉପରେ ଲଗାମ ଲାଗିଲା, ଆସ ଆମେ ସମସ୍ତେ ମିଶି କରିବା ସମ୍ମାନ, ଯୋଗୀ କରିଛନ୍ତି ଉପଯୋଗୀ କାମ । ଏମିତି ଟୁଇଟ୍ କରି କଙ୍ଗନା ଭାଜପାର ବିଜୟ କଥା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri