ଭାଜପାର ଗାନ୍ଧୀ ସଂକଳ୍ପ ପଦଯାତ୍ରା: ଲବଣତୀର୍ଥରୁ ଆରମ୍ଭ ହୋଇ ରକ୍ତତୀର୍ଥରେ ସରିଲା

ବାସୁଦେବପୁର,୧୯।୧୦(ଡି.ଏନ୍‌.ଏ.): ବାସୁଦେବପୁର ଭାଜପା ଶାଖା ପକ୍ଷରୁ ଗାନ୍ଧୀ ସଙ୍କଳ୍ପ ପଦଯାତ୍ରା ଶନିବାରଠାରୁ ଲବଣତୀର୍ଥ ଚୁଡ଼ାମଣିରୁ ଆରମ୍ଭ ହୋଇ ରକ୍ତତୀର୍ଥ ଇରମ ଶହୀଦ ପୀଠରେ ଶେଷ ହୋଇଛି। ସକାଳେ ଦଳୀୟ କର୍ମୀମାନେ ଚୁଡ଼ାମଣି ସ୍ମୃତିସ୍ତମ୍ଭରେ ମାଲ୍ୟାର୍ପଣ କରିବା ପରେ ପଦଯାତ୍ରା ଆରମ୍ଭ ହୋଇଥିଲା। ଅଭିମନ୍ୟୁ ସେଠୀ ଏହାକୁ ଶୁଭାରମ୍ଭ କରିବା ପରେ ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ନେତା ମାଧବାନନ୍ଦ ମଲିକ, ପୂର୍ବତନ ନଗରପାଳ ପଞ୍ଚାନନ ସେନାପତି, ଜିଲା ସାଧାରଣ ସମ୍ପାଦକ ମଧୁସୂଦନ ପାଢ଼ୀ, ଉଦୟ ନାରାୟଣ ମଲ୍ଲିକ, ନିର୍ମଳ ପଣ୍ଡା, ମାୟାଧର ଦାସ ପ୍ରମୁଖଙ୍କ ସହ ଶହେରୁ ଊର୍ଦ୍ଧ୍ୱ କର୍ମୀ ସାମିଲ ହୋଇଥିଲେ। ଏହାପରେ ଆୟୋଜିତ ପଥପ୍ରାନ୍ତ ସଭାରେ ଗାନ୍ଧୀଜୀଙ୍କ ଆଦର୍ଶ ସମ୍ପର୍କରେ ଆଲୋଚନା କରାଯାଇ ଅହିଂସାକୁ ଅଗ୍ରାଧିକାର ଦେବାକୁ ଅତିଥିମାନେ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri