Posted inଜାତୀୟ

ଭାଜପାର ନୂଆ ଗେମ୍‌ ପ୍ଲାନ୍‌: ଏଥର ଏକତରଫା ହେବ ନିର୍ବାଚନ!

ନୂଆଦିଲ୍ଲୀ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ରାଜନୀତିରେ ଭାଜପା ନୂତନ ଗେମ୍‌ ପ୍ଲାନ। ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେ ମଙ୍ଗଳବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ପହଞ୍ଚିଛନ୍ତି। ରାଜ ଠାକରେ ଷ୍ଟସୋମବାର ରାତିରେ ଦିଲ୍ଲୀରେ ପହଞ୍ଚିଥିଲେ। ମଙ୍ଗଳବାର ସେ ଏକ ଘରୋଇ ହୋଟେଲରେ ଭାଜପା ଜାତୀୟ ସାଧାରଣ ସମ୍ପାଦକ ବିନୋଦ ତାୱଡେଙ୍କୁ ଭେଟିଥିଲେ।
ଏହି ବୈଠକ ଶେଷ ହେବା ପରେ ଏମଏନଏସ ମୁଖ୍ୟ ଅମିତ ଶାହାଙ୍କ ବାସଭବନରେ ତାଙ୍କୁ ଭେଟିବା ପାଇଁ ପହଞ୍ଚିଥିଲେ। ଏହି ସମୟରେ ରାଜ ଠାକରେଙ୍କ ସହ ବିନୋଦ ତାୱଡେ ମଧ୍ୟ ଅମିତ ଶାହାଙ୍କୁ ଭେଟିବାକୁ ଆସିଥିଲେ।
ଲୋକ ସଭା ନିର୍ବାଚନ ପୂର୍ବରୁ ରାଜନୈତିକ ସର୍କଲରେ ଚର୍ଚ୍ଚା ହେଉଛି ଯେ, ରାଜ ଠାକରେ ଏନଡିଏରେ ଯୋଗ ଦେଇପାରନ୍ତି। ମହାରାଷ୍ଟ୍ରର ଡେପୁଟି ସିଏମ ଦେବେନ୍ଦ୍ର ଫଡନାଭିସ ଏବଂ ରାଜ୍ୟ ଭାଜପା ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ନୂଆଦିଲ୍ଲୀରେ ଉପସ୍ଥିତ ଅଛନ୍ତି।
ଦିଲ୍ଲୀରେ ପହଞ୍ଚିବା ପରେ ରାଜ ଠାକରେ କହିଛନ୍ତି, ମୋର କାର୍ଯ୍ୟସୂଚୀ କ’ଣ ମୁଁ ଏପର୍ଯ୍ୟନ୍ତ ଜାଣି ନାହିଁ। ମୋତେ କେବଳ ଦିଲ୍ଲୀ ଆସିବାକୁ କୁହାଯାଇଥିଲା ଏବଂ ମୁଁ ଦିଲ୍ଲୀ ଆସିଥିଲି।ମହାରାଷ୍ଟ୍ରର ଡେପୁଟି ସିଏମ ଦେବେନ୍ଦ୍ର ଫଡନାଭିସ ମଧ୍ୟ ଏ ସମ୍ପର୍କରେ କିଛି କହିବାକୁ ମନା କରି ଦେଇଛନ୍ତି। ସେ କହିଛନ୍ତି, ଯଦି କୌଣସି ନିଷ୍ପତ୍ତି ନିଆଯାଏ ତେବେ ଆପଣଙ୍କୁ ସୂଚନା ଦିଆଯିବ। ରାଜ ଠାକରେଙ୍କ ଏମ୍‌ଏନ୍‌ଏସ୍‌ ଏନଡିଏରେ ପ୍ରବେଶ କରିପାରେ। ଭାଜପା ତାଙ୍କୁ ଶିନ୍ଦେଙ୍କ ଶିବସେନା କୋଟାରୁ ଆସନ ଦେଇପାରେ। ସୂଚନାନୁସାରେ, ରାଜ ଠାକରେ ଏନଡିଏରୁ ଦୁଇଟି ସିଟ ଦାବି କରୁଛନ୍ତି। ଯଦି ଏହା ହୁଏ, ତେବେ ମହାରାଷ୍ଟ୍ର ଭାଜପାର ପତିଆରା ବୃଦ୍ଧି ପାଇବା ସହ ଦଳ ଏଠାରେ ଏକତରଫା ବିଜୟ ହାସଲ କରିବ ବୋଲି ଚର୍ଚ୍ଚା ହେଉଛି।
ଭାଜପା ନେତୃତ୍ୱାଧୀନ ଏନଡିଏ ସହଯୋଗୀ ଦଳ ଏଥର ମହାରାଷ୍ଟ୍ରର ୪୮ ଟି ମଧ୍ୟରୁ ୪୫ଟି ଲୋକ ସଭା ଆସନ ଜିତିବାର ଲକ୍ଷ୍ୟ ରଖିଛି। କେନ୍ଦ୍ରରେ ଏନଡିଏ ୪୦୦ ରୁ ଅଧିକ ସିଟ ଜିତିବାକୁ ଲକ୍ଷ୍ୟ ରଖିଛି ଏବଂ କେବଳ ଭାଜପା ୩୭୦ରୁ ଅଧିକ ସିଟ ଜିତିବାକୁ ଲକ୍ଷ୍ୟ ରଖିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri