ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା: ଭୋଟ ଗଣତି, ଫଳାଫଳ ନେଇ ଆଲୋଚନା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟର ସମସ୍ତ ଲୋକ ସଭା ଏବଂ ବିଧାନସଭା ଭାଜପା ପ୍ରାର୍ଥୀମାନଙ୍କୁ ନେଇ ସ୍ଥାନୀୟ ଏକ ହୋଟେଲ୍‌ରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଛି ା ଏହି କର୍ମଶାଳାରେ ନିର୍ବାଚନ ଗଣତି ପଦ୍ଧତିର ବୈଷୟିକ ଦିଗ ଉପରେ ଆଲୋଚନା ହୋଇଛି। ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡା ଓ ସବୁ ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀମାନେ ଏଥିରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ ନିର୍ବାଚନ ପ୍ରକୋଷ୍ଠ ଆବାହକ ସୁଦର୍ଶନ ନାୟକ ଏହି ଅବସରରେ ଭୋଟ ଗଣତିର ବିଭିନ୍ନ ନିୟମ ସମ୍ବନ୍ଧରେ ସୂଚନା ଦେଇଥିଲେ ା ଦଳର ରାଜ୍ୟ ଉପସଭାପତି ସମୀର ମହାନ୍ତି ନିର୍ବାଚନ ପରିଚାଳନାର ଆର୍ଥତ୍କ ଦିଗ ଏବଂ ଗଣତିରେ ବୁଥ୍‌ ଏଜେଣ୍ଟ ପରିଚାଳନା ସମ୍ପର୍କରେ ଆଲୋକପାତ କରିଥିଲେ। ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ଭାଜପା ଭୋଟ ଗଣତି ପ୍ରକ୍ରିୟା ଏବଂ ଫଳାଫଳର ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି। ଭୋଟ ଗଣନା ପ୍ରକ୍ରିୟାରେ ଦଳର କାର୍ଯ୍ୟକର୍ତ୍ତାମାନଙ୍କ କ’ଣ ଭୂମିକା ରହିଛି ଏବଂ ପ୍ରକୃତ ଖର୍ଚ୍ଚ ହିସାବ ବିଷୟରେ ଆଲୋଚନା ସହ କାର୍ଯ୍ୟକର୍ତ୍ତାମାନଙ୍କୁ ପ୍ରଶିକ୍ଷିତ କରାଯାଇଛି।
ଏହି ଅବସରରେ ବସନ୍ତ ପଣ୍ଡା କହିଛନ୍ତି, ସମସ୍ତ ଏକ୍‌ଜିଟ୍‌ ପୋଲ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ଆଗାମୀ ଦିନରେ ସରକାର ଗଢିବ। ଇଣ୍ଡିଆ ଟୁଡେ ଏବଂ ଟୁଡେ ଚାଣକ୍ୟ ଅନୁମାନ ଯଦି ସତ ହୁଏ ତେବେ ଉଭୟ କେନ୍ଦ୍ର ଏବଂ ରାଜ୍ୟରେ ସରକାର ଗଠନ ହେବ ା ଆସନ୍ତା ୨୩ରେ ‘ଫିର୍‌ ଏକବାର ମୋଦି ସରକାର’ ନାରା ସଫଳ ହେବାକୁ ଯାଉଛି। ଓଡିଶାର ସ୍ଥାଣୁ ଅପାରଗ ସରକାର ବଦଳିବାର ଅନୁଭବ କରାଯାଉଛି। ଓଡିଶାରେ ଭାଜପା ଏକାକୀ ସଂଖ୍ୟା ଗରିଷ୍ଠତା ହାସଲ କରିବ। ‘ଭାଜପା ବଢୁଛି, କଂଗ୍ରେସ ଓ ବିଜେଡି ଛିଡୁଛି’ ା ଏହାସହ ଓଡ଼ିଶାରେ ଧୀରେ ଧୀରେ କଂଗ୍ରେସ ଏବଂ ବିଜେଡି ସୀମିତ ଏବଂ ଅବକ୍ଷୟ ହେବାକୁ ଯାଉଛନ୍ତି। ଆଗାମୀ ଦିନରେ ଭାଜପା ଓଡିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବ ବୋଲି ବସନ୍ତ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri