ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା: ଭୋଟ ଗଣତି, ଫଳାଫଳ ନେଇ ଆଲୋଚନା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟର ସମସ୍ତ ଲୋକ ସଭା ଏବଂ ବିଧାନସଭା ଭାଜପା ପ୍ରାର୍ଥୀମାନଙ୍କୁ ନେଇ ସ୍ଥାନୀୟ ଏକ ହୋଟେଲ୍‌ରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଛି ା ଏହି କର୍ମଶାଳାରେ ନିର୍ବାଚନ ଗଣତି ପଦ୍ଧତିର ବୈଷୟିକ ଦିଗ ଉପରେ ଆଲୋଚନା ହୋଇଛି। ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡା ଓ ସବୁ ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀମାନେ ଏଥିରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ ନିର୍ବାଚନ ପ୍ରକୋଷ୍ଠ ଆବାହକ ସୁଦର୍ଶନ ନାୟକ ଏହି ଅବସରରେ ଭୋଟ ଗଣତିର ବିଭିନ୍ନ ନିୟମ ସମ୍ବନ୍ଧରେ ସୂଚନା ଦେଇଥିଲେ ା ଦଳର ରାଜ୍ୟ ଉପସଭାପତି ସମୀର ମହାନ୍ତି ନିର୍ବାଚନ ପରିଚାଳନାର ଆର୍ଥତ୍କ ଦିଗ ଏବଂ ଗଣତିରେ ବୁଥ୍‌ ଏଜେଣ୍ଟ ପରିଚାଳନା ସମ୍ପର୍କରେ ଆଲୋକପାତ କରିଥିଲେ। ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ଭାଜପା ଭୋଟ ଗଣତି ପ୍ରକ୍ରିୟା ଏବଂ ଫଳାଫଳର ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି। ଭୋଟ ଗଣନା ପ୍ରକ୍ରିୟାରେ ଦଳର କାର୍ଯ୍ୟକର୍ତ୍ତାମାନଙ୍କ କ’ଣ ଭୂମିକା ରହିଛି ଏବଂ ପ୍ରକୃତ ଖର୍ଚ୍ଚ ହିସାବ ବିଷୟରେ ଆଲୋଚନା ସହ କାର୍ଯ୍ୟକର୍ତ୍ତାମାନଙ୍କୁ ପ୍ରଶିକ୍ଷିତ କରାଯାଇଛି।
ଏହି ଅବସରରେ ବସନ୍ତ ପଣ୍ଡା କହିଛନ୍ତି, ସମସ୍ତ ଏକ୍‌ଜିଟ୍‌ ପୋଲ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ଆଗାମୀ ଦିନରେ ସରକାର ଗଢିବ। ଇଣ୍ଡିଆ ଟୁଡେ ଏବଂ ଟୁଡେ ଚାଣକ୍ୟ ଅନୁମାନ ଯଦି ସତ ହୁଏ ତେବେ ଉଭୟ କେନ୍ଦ୍ର ଏବଂ ରାଜ୍ୟରେ ସରକାର ଗଠନ ହେବ ା ଆସନ୍ତା ୨୩ରେ ‘ଫିର୍‌ ଏକବାର ମୋଦି ସରକାର’ ନାରା ସଫଳ ହେବାକୁ ଯାଉଛି। ଓଡିଶାର ସ୍ଥାଣୁ ଅପାରଗ ସରକାର ବଦଳିବାର ଅନୁଭବ କରାଯାଉଛି। ଓଡିଶାରେ ଭାଜପା ଏକାକୀ ସଂଖ୍ୟା ଗରିଷ୍ଠତା ହାସଲ କରିବ। ‘ଭାଜପା ବଢୁଛି, କଂଗ୍ରେସ ଓ ବିଜେଡି ଛିଡୁଛି’ ା ଏହାସହ ଓଡ଼ିଶାରେ ଧୀରେ ଧୀରେ କଂଗ୍ରେସ ଏବଂ ବିଜେଡି ସୀମିତ ଏବଂ ଅବକ୍ଷୟ ହେବାକୁ ଯାଉଛନ୍ତି। ଆଗାମୀ ଦିନରେ ଭାଜପା ଓଡିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବ ବୋଲି ବସନ୍ତ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri