ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ

କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ଭେଲା ଦଳକୁ ହରାଇ ଚାମ୍ପିୟନ ହୋଇଛି। ପୂର୍ବାହ୍ନରେ ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ ଓ ଭେଲା ଦଳ ମଧ୍ୟରେ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ ହୋଇଥିଲା। ବାରିକ ଚ୍ୟାଲେଞ୍ଜର ଦଳ ଭେଲା ଦଳକୁ ୪ଟି ଗୋଲ ଦେଇଥିଲା। ଜବାବରେ ଭେଲା ଦଳ ୨ଟି ଗୋଲ ଦେବାରେ ସକ୍ଷମ ହୋଇଥିଲା। ବାରିକ ଚ୍ୟାଲେଞ୍ଜର ୪-୨ ଗୋଲରେ ଭେଲାକୁ ପରାସ୍ତ କରି ଚାମ୍ପିୟନ ଟ୍ରଫି ହାସଲ କରିଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଧାୟକ ରାଜେନ୍ଦ୍ର ଡୋଲକିଆ, ସମ୍ମାନିତ ଅତିଥି କୋମନା ବ୍ଲକ ଚେୟାରମ୍ୟାନ ମନୋଜ କୁମାର ମିଶ୍ର, ଏମ୍‌ପି ପ୍ରତିନିଧି ଅଭିନନ୍ଦନ ପଣ୍ଡା, ବିଜେଡି ନେତା ଅବନୀ ରଞ୍ଜନ ଜୋଷୀ, ନନ୍ଦିଘୋଶ ଖମାରୀ, ରତନ କେତକି ପ୍ରମୁଖ ଯୋଗଦେଇ ବିଜେତା ଉଦ୍ୟାନବନ୍ଦ ଦଳକୁ ଚାମ୍ପିୟନ ଟ୍ରଫି ଓ ଭେଲା ଦଳକୁ ରନର୍ସଅପ ଟ୍ରଫି ପ୍ରଦାନ କରିଥିଲେ। ପ୍ଲେୟର ଅଫ ଦି ଟୁର୍ନାମେଣ୍ଟ ଉମେଶ ଭୋଇ ଏବଂ ମ୍ୟାନ ଅଫ ଦି ମ୍ୟାଚ ପିଙ୍କୁ ବିବେଚିତ ହୋଇଛନ୍ତି। ସେହିଭଳି ବେଷ୍ଟ ଗୋଲ କିପର ମଧୁ ନାୟକଙ୍କୁ ମିଳିଥିବା ବେଳେ ବେଷ୍ଟ ଡିଫେନସର ଭାବେ ଖର ଭାଇଙ୍କୁ ଦିଆଯାଇଛି। ବଳରାମ ସରାଫ, ଗୁଡୁ ମାଝି, ବନ ସାହୁ ଏବଂ ତ୍ରିନାଥ କୁମ୍ଭାର ଫାଇନାଲ ମ୍ୟାଚ ପରିଚାଳନା କରିଥିବା ବେଳେ ମୁକେଶ ଦଣ୍ଡସେନା ଧାରା ବିବରଣୀ ପ୍ରଦାନ କରିଥିଲେ। ପୁରସ୍କାର ପ୍ରାୟୋଜକ ବିମଳ ଯୋଷୀ, କମଳ ଯୋଷୀ, ଦେବାଶିଷ ଯୋଷୀ, ତାରାନନ୍ଦ ଶବର, ବିଷ୍ଣୁପ୍ରିୟା ମେଡିକାଲ ଓ ପରିବାରବର୍ଗ ପ୍ରମୁଖ ଉପସ୍ତିତ ଥିଲେ। ସମାଜିକ କର୍ମୀ ଦୁଲୁ ସୁପକାର, ରତିକାନ୍ତ ମହାନ୍ତିଙ୍କ ସମେତ କମିଟି ସଦସ୍ୟ କ୍ଷୁଦ୍ରଦେବ ଶବର, ହେତୁରାମ ଶବର, ସାଗର ଶବର, ଲିଟୁ ସେଠୀ, ଆଶିଶ ଶବର, ପରେଶ ଶବରଳ ରାହୁଲ ଶବର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri