ଭାପୁରରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଲାଗଠନ ହେଲା ୩ ସମନ୍ବୟ କମିଟି

ଭାପୁର/ଖଣ୍ଡପଡା,୧୧ା୬(ଡି.ଏନ.ଏ./ସ୍ବ.ପ୍ର.)- ଭାପୁର ବ୍ଲକ ସଦର ମହକୁମାରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ଏହି ମର୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଯୁକ୍ତ ୨ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଶିକ୍ଷାବିତ୍‌ ଲୋକନାଥ ଆଚାର୍ଯ୍ୟ ଏଥିରେ ଅଧ୍ୟକ୍ଷତା କରିଥିଲେ। ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଧାରଣ କରିଥିବା ନୀତିନିୟମ ସମ୍ପର୍କରେ ଅଧ୍ୟାପକ ସୁମନ୍ତ କୁମାର ଜେନା ସୂଚନା ପ୍ରଦାନ କରିଥିଲେ। ନୟାଗଡ ବିଧାୟକ ଡ. ଅରୁଣ କୁମାର ସାହୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ହୋଇଥିବାରୁ ବୈଠକରେ ତାଙ୍କୁ ସ୍ବାଗତ କରାଯାଇଥିଲା। ଅପରପକ୍ଷେ ଏଠାରେ ଏହି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରାଯିବା କ୍ଷେତ୍ରରେ ସ୍ଥାନୀୟ ଏମ୍‌ପି, ବିଧାୟକ, ବ୍ଲକ ଅଧ୍ୟକ୍ଷ, ସମସ୍ତ ସରପଞ୍ଚ, ସମିତି ସଭ୍ୟ ତଥା ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ କାମନା କରାଯାଇଥିଲା। ମହାବିଦ୍ୟାଳୟ ନାମରେ କିଭଳି ଯଥାଶୀଘ୍ର ୫ ଏକର ଜମି ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ୩ଟି ସମନ୍ବୟ କମିଟି ଗଠନ କରାଯାଇଥିଲା। ବୈଠକରେ ଶିକ୍ଷାବିତ୍‌ ପ୍ରଫୁଲ୍ଲ କୁମାର ଲେଙ୍କା, ରବୀନ୍ଦ୍ର କୁମାର ପଟ୍ଟନାୟକ, ଜଗନ୍ନାଥ ବାରିକ, ଗଗନ ବିହାରୀ ତ୍ରିପାଠୀ, ଜିତେନ୍ଦ୍ର କୁମାର ରଣସିଂ, ଭାପୁର, ଗୋଳାପୋଖରୀ, ଫତେଗଡ ସରପଞ୍ଚ ଯଥାକ୍ରମେ ପ୍ରସନ୍ନ କୁମାର ନାୟକ, ଲକ୍ଷ୍ମୀଧର ସାମନ୍ତରାୟ, ତୋଫାନ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଅଞ୍ଚଳବାସୀଙ୍କ ତରଫରୁ ବିଜୟ କୁମାର ସାମନ୍ତରାୟ, କାର୍ତ୍ତିକ ପ୍ରଧାନ, ନିରଞ୍ଜନ ଦଳବେହେରା, କୃଷ୍ଣଚନ୍ଦ୍ର ରାଉତରାୟ, ପ୍ରବୋଧ କୁମାର ସାହୁ, ରମେଶ ଚନ୍ଦ୍ର ବରାଡ ପ୍ରମୁଖ ଉପସ୍ଥିତ ରହି ସେମାନଙ୍କ ମତାମତ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଗ୍ରିଲ୍‌ ଭାଙ୍ଗି ଲୁଟିନେଲେ ସାଢ଼େ ୩ ଲକ୍ଷ ଟଙ୍କା ସହ ସୁନାଗହଣା, ଡକାୟତଙ୍କ ଆକ୍ରମଣରେ ଦମ୍ପତି ଆହତ

ନୟାଗଡ,୨।୧୨(ଲୋକନାଥ ମିଶ୍ର): ଜଦୁପୁରରେ ଡକାୟତି । ନୟାଗଡ ସଦର ଥାନା ଯଦୁପୁର ଗାଁ ର କାଳିଆ ପାତ୍ରଙ୍କ ଘରେ ଲୁଟ୍‌ ହୋଇଛି। ଆଠଜଣ ଡକାୟତ ସୋମବାର...

ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି...

ବନବିଭାଗ ଘଉଡାଇବା ବେଳେ ଅଘଟଣ: କୂଅରେ ପଡ଼ି ଚାଲିଗଲା ହାତୀଛୁଆର ଜୀବନ                   

ନୟାଗଡ଼/ରଣପୁର,୨୩।୧୧(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ଖୋର୍ଦ୍ଧା ବନଖଣ୍ଡ ନୟାଗ ଜିଲା ରଣପୁର ବନାଞ୍ଚଳ ପାତେଳେଶ୍ୱର ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରେ ଥିବା ପରିତ୍ୟକ୍ତ କୂଅରେ ପଡି...

ଜେଲ ଗଲେ ବିଜେଡି ନେତା: କରୁଥିଲେ ଏହି କାମ

ନୟାଗଡ଼/ ରଣପୁର, ୧୫।୧୧ (ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ବେକାର ଯୁବକମାନଙ୍କୁ ବିଭିନ୍ନ ସରକାରୀ ସଂସ୍ଥାରେ ଚାକିରି କରାଇଦେବା କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା...

ଗାଁରେ ଡକାୟତ ଆତଙ୍କ: ଜଣଙ୍କୁ ଧରି ଉତ୍ତମମଧ୍ୟମ ଦେଲେ ଗ୍ରାମବାସୀ

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ ଟାଉନ ଥାନା ଶୁଳିଆ ଗାଁରେ ବିଳମ୍ବିତ ରାତିରେ ଘଟିଛି ବୋମାମାଡ଼। ଶୁଳିଆ ଗାଁରେ ରାସ୍ତା କାମ ଚାଲୁଥିବାରୁ ଦୁଇଜଣ ଯୁବକ ସିମେଣ୍ଟ...

ବୁଲେଟ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ବାଇକ୍‌ ଆରୋହୀଙ୍କ ଜୀବନ

ଓଡଗାଁ,୩୦।୯(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ ୨୧ ନମ୍ବର ରାଜ୍ୟ ରାଜପଥ ଗୋଡିପଲି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ...

ଟିକା ନେଇ ଚାଲିଗଲା ୪ ମାସର ଶିଶୁଙ୍କ ଜୀବନ: ଡାକ୍ତରଖାନାରେ ଭଙ୍ଗାରୁଜା

ନୟାଗଡ଼,୨୫।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ ମାତୃ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ୪ ମାସର ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ...

ରାତିଅଧରେ ଓଲଟିଲା ଯାତ୍ରୀବାହୀ ବସ୍‌: କଣ୍ଡକ୍ଟର ଗୁରୁତର,

ନୟାଗଡ଼,୧୪।୯(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ନୟାଗଡ଼ ଜିଲା ବାଣୀଗୋଛା ଥାନା ଜାମୁସାହି ଛକ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri