ଭାବବିହ୍ବଳ କଲା କୁନିଝିଅଙ୍କ ନିବେଦନ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି ଅରୁଣାଚଳ ପ୍ରଦେଶର ଜଣେ ୯ ବର୍ଷର ଝିଅ। ହେଲେ ତାଙ୍କ ନିବେଦନ ତରିକା ଭାବବିହ୍ବଳ କରିଛି। ବୟସ୍କମାନେ ଯେତେବେଳ ନିୟମ ମାନିବାକୁ ନାରାଜ ସେତେବେଳେ ଏହି କୁନି ଝିଅ ଦେଶବାସୀଙ୍କୁ ସଚେତନ କରିବାକୁ ଆଗେଇ ଆସିଛନ୍ତି। ତାଙ୍କ ବାପା ଜଣେ ପୋଲିସ୍‌ କର୍ମଚାରୀ ଭାବେ କାମ କରୁଥିବା ବେଳେ ବର୍ତ୍ତମାନ ସମୟରେ ସେ ନିଜ ଡ୍ୟୁଟି ଯୋଗୁ ଘରଠାରୁ ଦୂରରେ ଅଛନ୍ତି। ତେଣୁ ସର୍ବସାଧାରଣଙ୍କ ଭଲ ପାଇଁ ସରକାର ନେଇଥିବା ଏହି ନିଷ୍ପତ୍ତିକୁ ମାନିବାକୁ ସେ ଅନୁରୋଧ କରିଛନ୍ତି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏହି ଫଟୋରେ କୁନିଝିଅ ଜଣକ ଏକ ପେପରରେ ଲେଖିଥିବା ହୃଦୟସ୍ପର୍ଶୀ ବାର୍ତ୍ତା ଲୋକଙ୍କ ମନକୁ ଆନ୍ଦୋଳିତ କରିଛି। ‘ମୋ ବାପା ଜଣେ ପୋଲିସ୍‌ କର୍ମଚାରୀ। ତୁମମାନଙ୍କୁ ସାହାଯ୍ୟ କରିବାକୁ ସେ ମୋ ଠାରୁ ଦୂରରେ ଅଛନ୍ତି। ତାଙ୍କୁ ସାହାଯ୍ୟ କରିବାକୁ ତୁମେମାନେ ନିଜ ଘରେ ରହିପାରିବ କି ବୋଲି ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଅରୁଣାଚଳ ପ୍ରଦେଶ ଏମ୍‌ପି ତଥା କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ କିରଣ ରିଜ୍‌ଜୁ ନିଜ ଟୁଇଟର ହ୍ୟାଣ୍ଡେଲରେ ଏହି ଝିଅର ଏକ ଫଟୋ ପୋଷ୍ଟ କରିବା ସହ ପୋଲିସ କର୍ମଚାରୀଙ୍କୁ ସେମାନଙ୍କ କାମରେ ସାହାଯ୍ୟ କରିବାକୁ ଅନୁରୋଧ କରିଛନ୍ତି। ସମସ୍ତଙ୍କ ସୁରକ୍ଷା ପାଇଁ ସମଗ୍ର ଦେଶରେ ପୋଲିସ କର୍ମଚାରୀମାନେ ଦିନରାତି ଏକକରି କାମ କରୁଛନ୍ତି। ସେମାନଙ୍କୁ ଉତ୍ସାହିତ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ ବୋଲି ରିଜ୍‌ଜୁ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri