ଭାବବିହ୍ବଳ ବିଦାୟ ଲାଗି ପ୍ରସ୍ତୁତ ତାହିର

ମାଞ୍ଚେଷ୍ଟର,୫।୭- ଦକ୍ଷିଣ ଆଫ୍ରିକା ଲେଗ୍‌ ସ୍ପିନର ଇମ୍ରାନ ତାହିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେବା ଲାଗି ପ୍ରସ୍ତୁତ। ଶନିବାର ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ମୁକାବିଲା ତାଙ୍କ କ୍ୟାରିୟରର ୧୦୭ତମ ଓ ଅନ୍ତିମ ଦିନିକିଆ ମ୍ୟାଚ୍‌ ହେବ। ପାକିସ୍ତାନରେ ଜନ୍ମିତ ତାହିର ଦକ୍ଷିଣ ଆଫ୍ରିକୀୟ ନାଗରିକଙ୍କୁ ବିବାହ କରିଥିଲେ। ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ ଲାଗି ତାଙ୍କୁ ବହୁ ସଂଘର୍ଷ କରିବାକୁ ପଡ଼ିଥିଲା। ସେ ପ୍ରାୟ ୩୨ ବର୍ଷ ବୟସରେ ୨୦୧୧ ଫେବୃୟାରୀରେ ଅନ୍ତର୍ଜାତୀୟ ଦିନିକିଆରେ ପଦାର୍ପଣ କରିଥିଲେ। ଏବେ ୪୦ ବର୍ଷୀୟ ତାହିର ଦିନିକିଆ ଫର୍ମାଟରେ ଏପର୍ଯ୍ୟନ୍ତ ୧୭୨ ଉଇକେଟ ନେଇସାରିଛନ୍ତି। ଦକ୍ଷିଣ ଆଫ୍ରିକା ଦଳ ଚଳିତ ବିଶ୍ୱକପ୍‌ରେ ଭଲ ପ୍ରଦର୍ଶନ କରିପାରି ନାହିଁ। ଦଳ ୮ ମ୍ୟାଚ୍‌ରୁ ମାତ୍ର ୨ ବିଜୟ ସହ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିସାରିଛି। ଦଳଗତ ଭାବେ ଆମେ ବିଜୟ ସହ ଅଭିଯାନ ଶେଷ କରିବାକୁ ଚାହୁଁ। କିନ୍ତୁ ଏହା ମୋ ପାଇଁ ଦୁଃଖର ବିଷୟ। କାରଣ ମୁଁ ଏବେ ୫୦ ଓଭରିଆ ଫର୍ମାଟ ଛାଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ମୋ ପାଇଁ ସ୍ବପ୍ନ ଥିଲା। ମୋତେ ସାହାଯ୍ୟ ଓ ସମର୍ଥନ କରିଥିବା ପ୍ରତ୍ୟେକଙ୍କ ଲାଗି ମୁଁ କୃତଜ୍ଞ। ମୁଁ ଯେତେ ଲମ୍ବା କ୍ରିକେଟ ଖେଳିପାରିଥାନ୍ତି, ଖେଳିଛି। ଏବେ ଅଲ୍‌ବିଦା କହିବାକୁ ସମୟ ଆସିଯାଇଛି। ଏହା ମୋ ପାଇଁ ଦୁଃଖର ବିଷୟ ଓ ଏଥିନେଇ ମୁଁ ପ୍ରସ୍ତୁତ। ଦଳ ଓ ମୁଁ ଅନ୍ତିମ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିପାରିବୁ ବୋଲି ଆଶା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri