ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମେଳାର ଉଦ୍‌ଘାଟନ କରିଥିଲେ। ଏଥିରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ ଓ ଲୋକସମ୍ପର୍କ) ମାନସ ରଞ୍ଜନ ମଙ୍ଗରାଜ ଓ ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶା ସରକାରଙ୍କ ଆବାସିକ ଆୟୁକ୍ତ ସଞ୍ଜୀବ କୁମାର ମିଶ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।
ଏହି ଅବସରରେ ଉନ୍ନୟନମୂଳକ ପ୍ରଚାର ପତ୍ରିକା ଉନ୍ମୋଚିତ ହୋଇଛି। ଓଡ଼ିଶା ମଣ୍ଡପରେ ଓଡ଼ିଶାର ଶିଳ୍ପାନୁକୂଳ ବାତାବରଣ ଏବଂ ପୁଞ୍ଜିନିବେଶ କ୍ଷେତ୍ରରେ ସହଜ ଓ ସରଳ ବ୍ୟବସ୍ଥା, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁକୂଳ ପରିବେଶ, ବ୍ୟବସାୟ ନିମନ୍ତେ ଓଡ଼ିଶା ସରକାରଙ୍କ ଆନ୍ତରିକ ସହଯୋଗ ସମ୍ପର୍କରେ ବିଭିନ୍ନ ତଥ୍ୟର ସୂଚନା ଦିଆଯାଇଛି। ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ନୋଡାଲ୍‌ ବିଭାଗ ଭାବେ ଅଂଶଗ୍ରହଣ କରିଥିବାବେଳେ ଇପିକଲ୍‌ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସହଯୋଗୀ ବିଭାଗ ଭାବେ ଯୋଗ ଦେଇଛନ୍ତି। ଏତଦ୍‌ବ୍ୟତୀତ ଉତ୍କଳିକା ଓ ବୟନିକା ମାଧ୍ୟମରେ ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ପ୍ରସାରପ୍ରଚାର ପାଇଁ ୨ଟି ଷ୍ଟଲ୍‌ ଖୋଲାଯାଇଛି। ହାତରେ ବୁଣାଯାଉଥିବା ଏକ ନୂତନ ସୂତା ପୋଷାକର ଷ୍ଟଲ୍‌ ଖୋଲାଯାଇଥିବାବେଳେ, ଓଡ଼ିଶାର ସୂକ୍ଷ୍ମ କାରୁକାର୍ଯ୍ୟ ତାରକସୀ କାର୍ଯ୍ୟର ଅନ୍ୟ ଏକ ଷ୍ଟଲ୍‌ ଖୋଲାଯାଇଛି। ଚଳିତ ବର୍ଷର ବିଷୟବସ୍ତୁ ‘ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜିନେସ୍‌’ ରଖାଯାଇଛି। ସେହି ଅନୁଯାୟୀ ମଣ୍ଡପକୁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଏଥିରେ ପିପିଲି ଚାନ୍ଦୁଆର ଝଲକ ସ୍ଥାନ ପାଇଥିବାବେଳେ ଓଡ଼ିଶାର ବିଭିନ୍ନ ସାମଗ୍ରୀର ବିକ୍ରିବଟା କରାଯାଉଛି। ଏହି ଅନ୍ତର୍ଜାତୀୟ ମେଳା ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଲ୍ଲେଖଯୋଗ୍ୟ, ନଭେମ୍ବର ୨୧ରେ ପ୍ରଗତି ମଇଦାନର ହଂସଧ୍ୱନି ଥିଏଟରରେ ‘ଓଡ଼ିଶା ଦିବସ’ ପାଳନ କରାଯିବ। ଏଥିରେ ଓଡ଼ିଶାର ସ୍ବନାମଧନ୍ୟ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉପନିର୍ଦ୍ଦେଶକ ରବୀନ୍ଦ୍ର କୁମାର ନାୟକ, ପ୍ରଦର୍ଶନୀ ସଙ୍ଗଠକ ରବିନାରାୟଣ ବେହେରା, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, ପୂର୍ବତନ ବିଧାୟକ ରବୀନ୍ଦ କୁମାର ଭୋଇ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri