ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ
ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଖେଳାଯାଉଥିବା ସେମିଫାଇନାଲରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୩୯ ରନ୍‌ କରିଛି। ଦଳ ଗତକାଲି ୪୬.୧ ଓଭର ବ୍ୟାଟିଂ କରି ୬ ଉଇକେଟ ହରାଇ ୨୧୧ ରନ୍‌ କରିଥିଲା। ବର୍ଷା ବାଧା ସାଜିବାରୁ ଆଉ ଖେଳ ସମ୍ଭବ ହୋଇ ନ ଥିଲା। ଫଳରେ ବୁଧବାର ରିଜର୍ଭ ଡେ’ରେ ନ୍ୟୁଜିଲାଣ୍ଡ ତା’ର ଅବଶିଷ୍ଟ ୩.୫ ଓଭର ଖେଳି ୨ ଉଇକେଟ ବିନିମୟରେ ୨୮ ରନ୍‌ କରିବାକୁ ସକ୍ଷମ ହୋଇଛି। ଦଳ ପାଇଁ ରସ ଟେଲର ସର୍ବାଧିକ ୭୪ ଓ ଅଧିନାୟକ କେନ ଓ୍ବିଲିୟମସନ ୬୭ ରନ୍‌ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଭାରତୀୟ ବୋଲରଙ୍କୁ ସମ୍ମୁଖୀନ ହେବାରେ ସଫଳ ହୋଇ ନ ଥିଲେ। ଭାରତୀୟ ଦଳ ପକ୍ଷରୁ ଭୁବନେଶ୍ୱର କୁମାର ୩ ଉଇକେଟ ନେଇଥିବାବେଳେ ଯଶ୍‌ପ୍ରୀତ ବୁମ୍‌ରା, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା ଓ ୟୁଜ୍‌ବେନ୍ଦ୍ର ଚହଲ ଗୋଟିଏ ଲେଖାଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri