Posted inଖେଳ

ଭାରତ ଆସିପାରିବେ ପାକିସ୍ତାନ ଆଥ୍‌ଲେଟ

ନୂଆଦିଲ୍ଲୀ,୧୯ା୬: ଦେଶରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟ ଆୟୋଜନ ଉପରେ ଲାଗିଥିବା ବାସନ୍ଦାଦେଶ ଖୁବ୍‌ ଶୀଘ୍ର ଉଠାଯିବ। ଅଂଶଗ୍ରହଣକାରୀ ଦେଶର ପ୍ରତିଯୋଗୀ ଓ ଅଫିସିଆଲଙ୍କୁ ଭିଜା ଦେବା ନେଇ କେନ୍ଦ୍ର ସରକାର ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)କୁ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି। ଏହି ନିଷ୍ପତ୍ତିର ଅର୍ଥ ପାକିସ୍ତାନ ଆଥ୍‌ଲେଟମାନେ ଭାରତ ଆସିପାରିବେ। ଏହାଦ୍ୱାରା ଟୋକିଓ ୨୦୨୦ ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟ ସମେତ ଦେଶରେ ବହୁ କ୍ରୀଡ଼ା ଭିତ୍ତିକ ଇଭେଣ୍ଟ ଆୟୋଜନ କରିବା ପଥ ପରିଷ୍କାର ହୋଇଛି। ଭାରତ ସରକାରଙ୍କ ଲିଖିତ ଆଶ୍ୱାସନା ପରେ ଆଇଓସି ଆଗାମୀ କିଛି ସପ୍ତାହରେ ବାସନ୍ଦାଦେଶ ଉଠାଇପାରେ। ଗତ ଫେବୃୟାରୀରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ଅନୁଷ୍ଠିତ ରାଇଫଲ ଓ ପିସ୍ତଲ ବିଶ୍ୱକପ୍‌ରେ ଭାଗ ନେବା ଲାଗି ଦୁଇ ପାକିସ୍ତାନୀ ଶୁଟରଙ୍କୁ ଭିଜା ଦେଇ ନ ଥିଲା। ଏଥିଯୋଗୁ ଆଇଓସି ଭାରତର ଅନ୍ତର୍ଜାତୀୟ ଇଭେଣ୍ଟର ଆୟୋଜନ ଅଧିକାର ଛିନ୍ନ କରିଥିଲା। କିନ୍ତୁ ବର୍ତ୍ତମାନ ସ୍ଥିତି ଦେଶରେ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ସିରିଜ୍‌ ଆୟୋଜନ ହେବାର ସମ୍ଭାବନାକୁ ଦୃଢ଼ୀଭୂତ କରିଛି। ଆଇସିସି ମହିଳା ଚାମ୍ପିୟନଶିପ୍‌ କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ବର୍ଷ ଜୁଲାଇରୁ ନଭେମ୍ବର ମଧ୍ୟରେ ଦିନିକିଆ ଓ ଟି୨୦ ସିରିଜ୍‌ ଆୟୋଜନ ହୋଇପାରେ। ଏହି ଟୁର୍ନାମେଣ୍ଟ ୨୦୨୧ ମହିଳା ବିଶ୍ୱକପ୍‌ ଲାଗି ଯୋଗ୍ୟତା ପର୍ଯ୍ୟାୟ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri