Posted inଜାତୀୟ

ଭାରତ-ଜର୍ମାନୀ ୨୦ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ଜର୍ମାନ୍‌ ଚାନ୍‌ସେଲର ଆଞ୍ଜେଲା ମର୍କେଲ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ଦୁଇଦେଶ ମଧ୍ୟରେ କୃଷି, କୃତ୍ରିମ ବୌଦ୍ଧିକତା, ସବୁଜ ସହରାଞ୍ଚଳ ପରିବହନ ସମେତ ୨୦ଟି ରାଜିନାମା ସ୍ବାକ୍ଷର ହୋଇଛି। ଆତଙ୍କବାଦ ବିରୋଧରେ ମିଳିତ ଲଢ଼େଇ ପାଇଁ ଦୁଇନେତା ସଂକଳ୍ପ ନେଇଛନ୍ତି। କୃତ୍ରିମ ବୌଦ୍ଧିକତା ଓ ଡିଜିଟାଲ ଟ୍ରାନ୍ସଫର୍ମେଶନ୍‌ କ୍ଷେତ୍ରରେ ସହଯୋଗକୁ ଅଧିକ ମଜଭୁତ କରିବା ଉପରେ ମିଳିତ ବିବୃତିରେ ଉଭୟ ନେତା ଗୁରୁତ୍ୱ ଦେଇଥିଲେ।
ଅବସରରେ ଉଦ୍‌ବୋଧନ ଦେଇ ମୋଦି କହିଥିଲେ, ଆତଙ୍କବାଦ ଓ ଉଗ୍ରବାଦ ବିରୋଧରେ ଦ୍ୱିପାକ୍ଷିକ ଓ ବହୁପାକ୍ଷିକ ସହଯୋଗ ବଢ଼ାଇବା ପାଇଁ ଭାରତ ଓ ଜର୍ମାନୀ ସଂକଳ୍ପ ନେଇଛନ୍ତି। ଏହା ବ୍ୟତୀତ ନୂତନ ତଥା ଆଧୁନିକ ପ୍ରଯୁକ୍ତ କ୍ଷେତ୍ରରେ ସହଯୋଗ ବୃଦ୍ଧି ଉପରେ ଉଭୟ ପକ୍ଷ ଗୁରୁତ୍ୱ ଦେବା ସହ ଦକ୍ଷତା ବିକାଶ, ଶିକ୍ଷା, ସାଇବର ସୁରକ୍ଷା କ୍ଷେତ୍ରରେ ସହଯୋଗକୁ ପ୍ରାଧାନ୍ୟ ଦେଇଥିବା ପ୍ରଧାନମନ୍ତ୍ରୀ କହିଥିଲେ। ଇ-ମୋବିଲିଟି, ଫୁଏଲ୍‌ ସେଲ୍‌ ଟେକ୍‌ନୋଲୋଜି, ସ୍ମାର୍ଟ ସିଟି, ଅନ୍ତର୍ଦ୍ଦେଶୀୟ ଜଳମାର୍ଗ, ଉପକୂଳ ପରିଚାଳନା, ନଦୀ ପରିଷ୍କରଣ ଓ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସହଯୋଗ ନେଇ ମଧ୍ୟ ଦୁଇଦେଶ ରାଜି ହୋଇଛନ୍ତି। ଉତ୍ତରପ୍ରଦେଶ ଓ ତାମିଲନାଡୁରେ ଥିବା ପ୍ରତିରକ୍ଷା କରିଡରରେ ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନରେ ଭାଗନେବା ପାଇଁ ଜର୍ମାନୀକୁ ଆମନ୍ତ୍ରଣ କରାଯାଇଛି। ୨୦୨୨ ସୁଦ୍ଧା ନୂଆ ଭାରତ ନିର୍ମାଣ ଲକ୍ଷ୍ୟ ରଖାଯାଇଥିଲାବେଳେ ଜର୍ମାନୀ ଭଳି ବୈଷୟିକ ସମୃଦ୍ଧ ଓ ବିକଶିତ ରାଷ୍ଟ୍ର ଏ ଦିଗରେ ସହାୟକ ହୋଇପାରିବ। ଜାତିସଂଘ ସୁରକ୍ଷା ପରିଷଦରେ ସଂସ୍କାର ଲାଗି ଦୁଇଦେଶ ସହଯୋଗ ଜାରି ରଖିବେ ବୋଲି ମୋଦି କହିଛନ୍ତି। ଉଚ୍ଚଶିକ୍ଷା କ୍ଷେତ୍ରରେ ଭାରତ-ଜର୍ମାନୀ ଭାଗୀଦାରିତାକୁ ଉଭୟ ନେତା ସ୍ବାଗତ କରିଥିଲେ। ଆମ ସହଯୋଗର ଏହା ଏକ ବଡ଼ ଅଂଶ ବୋଲି ମର୍କେଲ କହିଥିଲେ। କଶ୍ମୀର ପ୍ରସଙ୍ଗରେ ଜର୍ମାନ ଚାନ୍‌ସେଲର କହିଥିଲେ ଏହା ଅସ୍ଥାୟୀ ସ୍ଥିତି। ତେବେ ଏଭଳି ପରିସ୍ଥିତିରେ ପରିବର୍ତ୍ତନ ଅଣାଯିବ ଆବଶ୍ୟକ ବୋଲି ସେ ମତ ଦେଇଥିଲେ।
ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦି ଜର୍ମାନ୍‌ ଚାନ୍‌ସେଲରଙ୍କୁ ସ୍ବାଗତ କରିଥିଲେ। ଭାରତ ଓ ଜର୍ମାନୀ ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଥିବା ମର୍କେଲ କହିଛନ୍ତି। ପଞ୍ଚମ ଆନ୍ତଃସରକାର ପରାମର୍ଶ ଆଲୋଚନାରେ ଭାଗନେବା ଲାଗି ଭାରତ ଆସିଥିବାରୁ ସେ ବହୁତ ଖୁସି ବୋଲି କହିବା ସହିତ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଧନ୍ୟବାଦ ଜଣାଇଥିଲେ। ମର୍କେଲଙ୍କ ସହ ଜର୍ମାନୀର ବହିର୍ବ୍ୟାପାର, ବିଜ୍ଞାନ ଓ ଶିକ୍ଷା, ଖାଦ୍ୟ ଓ କୃଷିମନ୍ତ୍ରୀ ଏବଂ ଅଫିସରମାନଙ୍କ ଏକ ପ୍ରତିନିଧି ଦଳ ଭାରତ ଆସିଛନ୍ତି। ମର୍କେଲ ଅସୁସ୍ଥ ଥିବାରୁ ଜର୍ମାନୀ ସରକାରଙ୍କ ଅନୁରୋଧକ୍ରମେ ଜାତୀୟ ସଂଗୀତ ଗାନବେଳେ ତାଙ୍କୁ ବସି ରହିବା ଲାଗି ଅନୁମତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?