ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ହେଲେ ୧୨ କୋଟି ଜନତାଙ୍କ ମୃତ୍ୟୁ ହେବ: ଆମେରିକା

ଓ୍ବାଶିଂଟନ,୩।୧୦: କଶ୍ମୀର ସମସ୍ୟାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ତୁତୁମେମେ କେତେବେଳେ ଯୁଦ୍ଧ ପରିସ୍ଥିତି ସୃଷ୍ଟି କରିବ ତାହା କହିବା ମୁସ୍କିଲ। ଯଦି ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୁଏ ତେବେ ଏଥିରେ ୧୨ କୋଟିରୁ ଊର୍ଦ୍ଧ୍ୱ ଜନତାଙ୍କ ମୃତ୍ୟୁ ହେବ ବୋଲି ଆକଳନ କରାଯାଇଛି। ୬ ବର୍ଷ ଧରି ଚାଲିଥିବା ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଯେତିକି ଲୋକଙ୍କ ମୃତ୍ୟୁ ହୋଇଥିଲା ତା’ଠାରୁ ଏହା ଅଧିକ ବୋଲି ଜଣାପଡିଛି। କେବଳ ସେତିକି ନୁହେଁ ପରମାଣୁ ଯୁଦ୍ଧ ପରେ ଖାଦ୍ୟ ସଙ୍କଟ ମଧ୍ୟ ଯଥେଷ୍ଟ ଅଧିକ ହେବ ବୋଲି ଅନୁମାନ କରାଯାଇଛି। ଆମେରିକାର ରଟଗର୍ସ ୟୁନିଭର୍ସିଟି-ନ୍ୟୁ ବର୍ଣ୍ଣସ୍‌ଓ୍ବିକର ସହ-ଲେଖକ ଆଲନ୍‌ ରୋବକ୍‌ ଏକ ଅଧ୍ୟୟନରୁ ଏହା କହିଛନ୍ତି। କେବଳ ଭାରତ ପାକିସ୍ତାନ ନୁହେଁ ସମଗ୍ର ବିଶ୍ୱ ଉପରେ ଏହାର ପ୍ରଭାବ ପଡିବ ବୋଲି ଅନୁମାନ କରାଯାଇଛି। ତେବେ ଯେଉଁସ୍ଥାନକୁ ଲକ୍ଷ୍ୟ କରି ଏହି ପରମାଣୁ ଆକ୍ରମଣ କରାଯିବ ସେଠାରେ ସର୍ବାଧିକ କ୍ଷତି ହେବ। ଜର୍ନାଲ ସାଇନ୍ସ ଆଡଭାନସେଜ୍‌ରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ଆସନ୍ତା ୨୦୨୫ରେ ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧର ଆଶଙ୍କା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri