Posted inଜାତୀୟ

ଭାରତ ପାଖରେ ପର୍ଯ୍ୟାପ୍ତ ଔଷଧ ଗଚ୍ଛିତ ଅଛି, ଭୟ କରିବାର ଆବଶ୍ୟକାତା ନାହିଁ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୧୪।୨: କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଚାଇନାରେ ଏହି ଭାଇରସ ୧୪ଶହରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଥିବା ବେଳେ ଏଥିରେ ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ତେବେ ଔଷଧ ପାଇଁ ଭାରତ ଚାଇନା ଉପରେ ନିର୍ଭର କରୁଥିବାରୁ କରୋନା ଭାଇରସ ଯୋଗୁ ଏହା ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏହାକୁ ଖଣ୍ଡନ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ଡା.ହର୍ଷବର୍ଦ୍ଧନ। ଭାରତରେ ପର୍ଯ୍ୟାପ୍ତ ପରିମାଣର ଔଷଧ ମହଜୁଦ ଅଛି। ତେଣୁ ଚିନ୍ତା କରିବାର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି।
ଭାରତରେ ମଧ୍ୟ କରୋନା ଭାଇରସ କିଛି ଲୋକଙ୍କ ଦେହରେ ଚିହ୍ନଟ ହୋଇଛି। ତେଣୁ ଭାରତରେ ମଧ୍ୟ କରୋନା ଆତଙ୍କ ଦେଖାଦେଇଛି। ଲୋକଙ୍କୁ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇଛନ୍ତି ଡା.ହର୍ଷବର୍ଦ୍ଧନ। ଏଥିସହ କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ରହିଥିବା ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?