Posted inଖେଳ

ଭାରତ-ଭିଏତ୍‌ନାମ ମ୍ୟାଚ୍‌ ଡ୍ର

ହାନୋଇ (ଭିଏତ୍‌ନାମ), ୬।୧୧ (ପି.ଟି.): ଭାରତ ଓ ଭିଏତ୍‌ନାମ ମହିଳା ଫୁଟ୍‌ବଲ ଦଳ ମଧ୍ୟରେ ବୁଧବାର ଏଠାରେ ଖେଳାଯାଇଥିବା ଫିଫା ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଡ୍ର’ରେ ଶେଷ ହୋଇଛି। ନିର୍ଦ୍ଧାରିତ ସମୟ ସୀମା ସୁଦ୍ଧା ଉଭୟ ଦଳ ଗୋଟିଏ ଲେଖାଏ ଗୋଲସ୍କୋର କରିବାରେ ସଫଳ ହୋଇଥିଲେ। ସ୍ଥାନୀୟ ନ୍ୟାଶନାଲ ଟ୍ରେନିଂ ସେଣ୍ଟରେ ଖେଳାଯାଇଥିବା ଏହି ମ୍ୟାଚ୍‌ର ଆରମ୍ଭରୁ ଉଭୟ ଦଳ ବେଶ୍‌ ସତର୍କତାର ସହ ଖେଳିଥିଲେ। ତେବେ ୩୯ତମ ମିନିଟ୍‌ରେ ଭିଏତ୍‌ନାମ ଅଗ୍ରଣୀ ହାସଲ କରିଥିଲା। ଥାଇ ଥି ଥାଓଙ୍କ ଗୋଲ ବଳରେ ଘରୋଇ ଦଳ ପ୍ରଥମାର୍ଦ୍ଧ ସୁଦ୍ଧା ୧-୦ରେ ଆଗୁଆ ରହିଥିଲା। ତେବେ ଭାରତ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ଗୋଲ ଶୁଝାଇବାରେ ସକ୍ଷମ ହୋଇଥିଲା। ରଞ୍ଜାନ ଚାଣୁ ଭାରତ ପାଇଁ ଏହି ଗୋଲଟି ଦେଇଥିଲେ। ମ୍ୟାଚ୍‌ ଶେଷ ସୁଦ୍ଧା ଉଭୟ ଦଳ ପକ୍ଷରୁ ଆଉ କୌଣସି ଗୋଲ ହୋଇ ନ ଥିଲା। ଫଳରେ ୧-୧ରେ ଡ୍ର ରହିଥିଲା। ପୂର୍ବରୁ ଉଭୟ ଦଳ ମଧ୍ୟରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୦-୩ ଗୋଲରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri