କୁଲଭୂଷଣଙ୍କୁ ଫାଶୀ ଦେଇପାରିବନି ପାକିସ୍ତାନ

ନୂଆଦିଲ୍ଲୀ,୧୭।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ଭାରତ ସପକ୍ଷରେ ଯାଇଛି। ଆଇସିଜେ କୁଳଭୂଷଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଇଛନ୍ତି। ଏଥିସହ ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣଙ୍କୁ ‘କନ୍‌ସୁଲାର ଆକ୍ସେସ’ ଦିଆଯିବା ଆବଶ୍ୟକ ବୋଲି ଆଇସିଜେ କହିଛନ୍ତି। କେବଳ ସେତିକି ନୁହେଁ, ଅନ୍ୟାଦେଶ ପର୍ଯ୍ୟନ୍ତ କୁଳଭୂଷଣଙ୍କ ଫାଶୀ ଦଣ୍ଡାଦେଶ ସ୍ଥଗିତ ରଖିବା ସହ ପାକିସ୍ତାନ ତା’ର ନିଷ୍ପତ୍ତିର ପୁନର୍ବିଚାର କରୁ ବୋଲି ଅର୍ନ୍ତଜାତୀୟ କୋର୍ଟ କହିଛନ୍ତି। ଆଇସିଜେର ୧୬ ବିଚାରପତିଙ୍କ ମଧ୍ୟରୁ ୧୫ ଜଣ ଭାରତ ସପକ୍ଷରେ ଥିଲେ। ଜଣେ ବିଚାରପତି ଏହା ବିରୋଧରେ ମତ ରଖିଥିଲେ। ଆଇସିଜେ ଶୁଣାଣି ପରେ ପାକିସ୍ତାନ ଜେଲ୍‌ରେ ବନ୍ଦୀଥିବା କୁଳଭୂଷଣଙ୍କୁ ଆଇନଗତ ସହାୟତା ମିଳିବା ସହ ଭାରତୀୟ ଦୂତାବାସ ଅଧିକାରୀ ତାଙ୍କୁ ଭେଟି ପାରିବେ। ଭାରତୀୟ ନାଗରିକ ତଥା ଅବସରପ୍ରାପ୍ତ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ଭାରତୀୟ ଗୁପ୍ତଚର ବୋଲି ମିଥ୍ୟା ଆଖ୍ୟା ଦେଇ ପାକିସ୍ତାନ ୨୦୧୬ରେ ଗିରଫ କରିବା ସହ ସେଠାକାର ସାମରିକ ଅଦାଲତ ତାଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ। ଏହାପରେ ଏନେଇ ଭାରତ ଆଇସିଜେର ଦ୍ୱାରସ୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri