Posted inଜାତୀୟ

ଭାରତକୁ ଓଆଇସିର ପରାମର୍ଶ:୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୭।୯:ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଇସ୍‌ଲାମିକ୍‌ ସହଯୋଗ ସଂଗଠନ (ଓଆଇସି)ର ସମର୍ଥନ ହାସଲ କରିବାରେ ସଫଳ ହୋଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଉକ୍ତ ସଂଗଠନ ଭାରତକୁ ପରାମର୍ଶ ଦେଇଛି। ଓଆଇସି କଶ୍ମୀର ଯୋଗାଯୋଗ ଗୋଷ୍ଠୀ ତରଫରୁ ପାକିସ୍ତାନ, ଆଜରବୈଜାନ, ତୁର୍କୀ, ନାଇଜର ସହ ମିଶି ସୌଦି ଆରବ ଏହି ବିବୃତି ଜାରି କରିଛି। ଜାତିସଂଘ ସାଧାରଣ ପରିଷଦ ବୈଠକ ଅବସରରେ ବୁଧବାର ଜାରି ବିବୃତିରେ ଏକତରଫା ଓ ବେଆଇନ କାର୍ଯ୍ୟରୁ ଓହରିଯାଇ ଜାତିସଂଘ ସୁରକ୍ଷା ପରିଷଦର ସଙ୍କଳ୍ପନାମାକୁ ଅନୁପାଳନ ଲାଗି ଦେଇଥିବା ପ୍ରତିଶ୍ରୁତିକୁ ଭାରତ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଛି।
ଅବଶ୍ୟ ଓଆଇସି ପକ୍ଷରୁ ଭାରତ ବିରୋଧରେ ବିବୃତି ଜାରି କରିବା ଏହା ନୂଆ ନୁହେଁ। ପୂର୍ବରୁ ଅନେକ ଥର ଏହି ସଂଗଠନ କଶ୍ମୀର ପ୍ରସଙ୍ଗରେ ମନ୍ତବ୍ୟ ଦେଇଛି। ୫୭ ସଦସ୍ୟ ରାଷ୍ଟ୍ରର ପ୍ରତିନିଧିତ୍ୱ କରୁଥିବା ଏହି ସଂଗଠନର ବିବୃତି ଉପରେ ବହିର୍ବ୍ୟାପାର ମନ୍ତ୍ରଣାଳୟ କୌଣସି ପ୍ରତିକ୍ରିୟା ପ୍ରକାଶ କରିନାହିଁ। କଶ୍ମୀର ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ହୋଇଥିବାରୁ ଏଭଳି କୌଣସି ବିବୃତିକୁ ଭାରତ ଅଗ୍ରାହ୍ୟ କରିଆସିଛି। କଶ୍ମୀର ନେଇ ଭାରତର ନିଷ୍ପତ୍ତିକୁ ଜମାତ୍‌-ଉଲେମା-ଇ-ହିନ୍ଦ୍‌ ସମେତ ଅନେକ ମୁସ୍‌ଲିମ୍‌ ସଂଗଠନ ସମର୍ଥନ କରୁଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୁଧବାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri