ଭାରତକୁ ତେଲ, ଏଲ୍‌ପିଜି ଯୋଗାଣ ଜାରି ରଖିବ ୟୁଏଇ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୮।୬: ସଂଯୁକ୍ତ ଆରବ ଏମିରେଟ(ୟୁଏଇ) ହର୍ମୁଜ ଜଳ ସନ୍ଧି କ୍ଷେତ୍ରରେ ଦେଖାଦେଇଥିବା ବାଧା ସତ୍ତ୍ୱେ ଭାରତକୁ ଅଶୋଧିତ ତେଲ ଏବଂ ଏଲ୍‌ପିଜି ଯୋଗାଣ ଅବ୍ୟାହତ ରଖିବ ବୋଲି ପ୍ରତିଶ୍ରୁତି ଦେଇଛି। ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଟୁଇଟ୍‌ ଜରିଆରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଗତ ସପ୍ତାହରେ ଦୁଇଟି ତେଲ ଟ୍ୟାଙ୍କର ଉପରେ ଆକ୍ରମଣ ହେବା ପରେ ଗଲ୍ଫ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହାକୁ ନେଇ ସେ ୟୁଏଇ ମନ୍ତ୍ରୀ ତଥା ଆବୁଧାବୀ ନ୍ୟାଶନାଲ ଅଏଲ କମ୍ପାନୀ(ଏଡିଏନ୍‌ଓସି) ଗ୍ରୁପ୍‌ ସିଇଓ ସୁଲ୍‌ତାନ ଅହମ୍ମଦ ଅଲ୍‌ ଜାବେରଙ୍କ ସହ ସୋମବାର ଟେଲିଫୋନ ଯୋଗେ ଆଲୋଚନା କରିଥିବା ପ୍ରଧାନ ଲେଖିଛନ୍ତି। ହର୍ମୁଜ ଜଳ ସନ୍ଧିରେ ଉପୁଜିଥିବା ବାଧାର କାରଣ ନେଇ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ହୋଇଥିଲା। ଏଥିଯୋଗୁ ତେଲ ଓ ଏଲ୍‌ପିଜି ଯୋଗାଣରେ ବାଧା ଆସିବା ସମ୍ଭାବନାକୁ ନେଇ ଭାରତ ପକ୍ଷରୁ ଚିନ୍ତାବ୍ୟକ୍ତ କରାଯାଇଥିଲା। ତେବେ ସମସ୍ତ ବାଧା ସତ୍ତ୍ୱେ ଭାରତକୁ ତେଲ ଓ ଏଲ୍‌ପିଜି ଯୋଗାଣ ଲାଗି ୟୁଏଇ ପ୍ରତିଶ୍ରୁତିବଦ୍ଧ ବୋଲି ଜାବେର ଦୋହରାଇଥିବା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

ଅସ୍ତ୍ରବିରତି ବୃଦ୍ଧି ପରେ ହର୍ମୁଜ୍ ପ୍ରଣାଳୀରେ ଗୁଳିମାଡ଼, ୩ଜାହାଜ…

ନୂଆଦିଲ୍ଲୀ,୨୨ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ପରେ, ହର୍ମୁଜ୍ ପ୍ରଣାଳୀରେ ତିନୋଟି ମାଲବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। ବର୍ତ୍ତମାନ,…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri