Posted inଖେଳ

ଭାରତକୁ ୨୦୨୧ ଜୁନିୟର ହକି ବିଶ୍ୱକପ୍‌ ଆୟୋଜନ ଅଧିକାର

ଲାଉସାନେ, ୧୭।୨ (ପି.ଟି.)- ଆସନ୍ତା ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ଆୟୋଜିତ ହେବ। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି। ଫଳରେ ଭାରତ ୨ୟଥର ଲାଗି ବିଶ୍ୱର ଏହି ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ କରିବାର ଅଧିକାର ଲାଭ କରିଛି। ଏଥିପୂର୍ବରୁ ୨୦୧୬ରେ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଜୁନିୟର ପୁରୁଷ ବିଶ୍ୱକପ୍‌ ଆୟୋଜିତ ହୋଇଥିଲା। ଏଥିରେ ଫାଇନାଲରେ ବେଲ୍‌ଜିୟମକୁ ୧-୨ ଗୋଲରେ ହରାଇ ଭାରତ ୨ୟଥର ଲାଗି ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଥିଲା। ‘୨୦୨୧ ମସିହା ଶେଷ ଆଡ଼କୁ ଏହି ବିଶ୍ୱକପ୍‌ ଭାରତରେ ଖେଳାଯିବ। କିନ୍ତୁ ଟୁର୍ନାମେଣ୍ଟର ନିର୍ଦ୍ଧାରିତ ତାରିଖ ଓ ଭେନ୍ୟୁ ପରେ ଘୋଷଣା କରାଯିବ’ ବୋଲି ଏଫ୍‌ଆଇଏଚ୍‌ ପକ୍ଷରୁ କୁହାଯାଉଛି।
ବିଶ୍ୱକପ୍‌ର ଏହି ସଂସ୍କରଣରେ ୧୬ ଟିମ୍‌ ଟାଇଟଲ୍‌ ପାଇଁ ଲଢ଼େଇ କରିବେ। ଯେଉଁଥିରେ ୟୁରୋପର ୬, ଆୟୋଜକ ଭାରତକୁ ମିଶାଇ ଏସିଆର ୪, ଆଫ୍ରିକା, ଓସେନିଆ ଓ ପାନ୍‌ ଆମେରିକାରୁ ୨ଟି ଲେଖାଏ ଟିମ୍‌ ଅଂଶଗ୍ରହଣ କରିବେ। ୟୁରୋପରୁ ଜର୍ମାନୀ, ଇଂଲଣ୍ଡ, ନେଦରଲାଣ୍ଡ୍ସ, ସ୍ପେନ, ବେଲ୍‌ଜିୟମ ଓ ଫ୍ରାନ୍ସ ବିଶ୍ୱକପ୍‌ ଲାଗି ଯୋଗ୍ୟତା ଅର୍ଜନ କରିସାରିଛନ୍ତି। ସ୍ମରଣଯୋଗ୍ୟ, ପୂର୍ବରୁ ୨୦୧୮ରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ସିନିୟର ପୁରୁଷ ହକି ବିଶ୍ୱକପ୍‌ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri