Posted inଖେଳ

ଭାରତର ଫୁଟ୍‌ବଲ ଖେଳାଳି ବୋରିସ୍‌ ସିଂଙ୍କୁ କରୋନା

ନୂଆଦିଲ୍ଲୀ, ୨୧ା୮ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ଭାରତର ୨୦୧୭ ଫିଫା ବିଶ୍ୱକପ୍‌ ଦଳର ଅନ୍ୟତମ ସଦସ୍ୟ ବୋରିସ୍‌ ସିଂ ଥଙ୍ଗ୍‌ଜମ୍‌ଙ୍କର ପଜିଟିଭ୍‌ ଆସିଛି। କରୋନାରେ ସଂକ୍ରମିତ ହେବାରେ ସେ ଦେଶର ପ୍ରଥମ ସକ୍ରିୟ ଫୁଟବଲ ଖେଳାଳି। ବୋରିସ୍‌ ହେଉଛନ୍ତି ମଣିପୁରର ଇମ୍ଫାଲ ବାସିନ୍ଦା। ବର୍ତ୍ତମାନ ସେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ୨୦ ବର୍ଷୀୟ ଏହି ଖେଳାଳି ରାଇଟ୍‌ ବ୍ୟାକ୍‌ ପୋଜିଶନରେ ଖେଳିଥାନ୍ତି। ୨୦୧୭ରେ ଭାରତ ୧୭ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଆୟୋଜନ କରିଥିଲା। ଏଥିରେ ଭାରତର ଖେଳିଥିବା ୩ଟି ମ୍ୟାଚ ମଧ୍ୟରୁ ସେ ଦୁଇଟିରେ ଖେଳିଥିଲେ। ବୋରିସ ବର୍ତ୍ତମାନ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ) ଦଳ ଏଟିକେ ମୋହନବାଗନର ସଦସ୍ୟ। ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶନର ଡେଭଲପ୍‌ମେଣ୍ଟାଲ ଦଳ ଇଣ୍ଡିଆନ ଏରୋଜ୍‌ ସହିତ ୨ବର୍ଷ ଅତିବାହିତ କରିବା ପରେ ୨୦୧୮ରେ ଏଟିକେ ସହିତ ଚୁକ୍ତି କରିଥିଲେ। ୨୦୧୮ରେ ସ୍ପେନ୍‌ରେ ଅନୁଷ୍ଠିତ କୋଟିଫ୍‌ ଟୁର୍ନାମେଣ୍ଟରେ ଆର୍ଜେଣ୍ଟିନା ବିପକ୍ଷ ୨-୧ଗୋଲ ବିଜୟ ମ୍ୟାଚରେ ସେ ଭାରତର ୨୦ବର୍ଷରୁ କମ୍‌ ଦଳର ଅନ୍ୟତମ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri