Posted inଖେଳ

ଭାରତର ଲଜ୍ଜାଜନକ ପରାଜୟ

ଓ୍ବେଲିଂଟନ,୨୪ା୨- ଦିନିକିଆ ସିରିଜ୍‌ରେ ଖାତା ଖୋଲିପାରି ନ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ବରଣ କରିଛି। ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ଭାରତକୁ ପରାସ୍ତ କରି ଦେଇଛି। ପ୍ରଥମ ଇନିଂସରେ ଭାରତୀୟ ଦଳ ୧୬୫ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୩୪୮ ରନ୍‌ କରିଥିଲା। ପରେ ୧୮୩ ରନ୍‌ ପଛରେ ଥିବା ଟିମ୍‌ ଇଣ୍ଡିଆ ତା’ର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର (୧୪୪/୪)ରୁ ବ୍ୟାଟିଂ ଆରମ୍ଭ କରି ବଳକା ୬ ଉଇକେଟରେ କେବଳ ୪୭ ରନ୍‌ ଯୋଡ଼ି ପାରିଥିଲା। ପୂର୍ବଦିନ ଅପରାଜିତ ଥିବା ଉପଅଧିନାୟକ ଅଜିଙ୍କ୍ୟ ରାହାନେ ୨୯ ଓ ହନୁମା ବିହାରୀ ୧୫ ରନ୍‌ କରି ଆଉଟ୍‌ ହୋଇଥିଲେ। ନିମ୍ନକ୍ରମରେ ରିଷଭ ପନ୍ତ ୨୫ ଓ ଈଶାନ୍ତ ଶର୍ମା ୧୨ ରନ୍‌ କରିଥିଲେ। ଫଳରେ ଦଳ ୧୯୧ ରନ୍‌ରେ ସୀମିତ ରହିଥିଲା। ଘରୋଇ ଦଳ ପାଇଁ ଟିମ୍‌ ସୌଦି ସର୍ବାଧିକ ୫ ଉଇକେଟ ନେଇଥିଲେ। ତାଙ୍କ ଛଡ଼ା ଟ୍ରେଣ୍ଟ ବୋଲ୍ଟ ୪ ଓ କଲିନ ଡିଗ୍ରାଣ୍ଡହୋମ ଗୋଟିଏ ଉଇକେଟ ହାତେଇଥିଲେ। ଫଳରେ ଘରୋଇ ଦଳ ଆଗରେ ମାତ୍ର ୯ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ମାମୁଲି ଟାଗେର୍ଟକୁ ନ୍ୟୁଜିଲାଣ୍ଡ ୧.୪ ଓଭରରେ ବିନା କ୍ଷତିରେ ହାସଲ କରି ନେଇଥିଲା। ପୂରା ମ୍ୟାଚ୍‌ରେ ୯ ଉଇକେଟ ନେଇଥିବା ସୌଦିଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ସିରିଜ୍‌ର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ଖ୍ରୀଷ୍ଟଚର୍ଚ୍ଚଠାରେ ୨୯ରୁ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?