Posted inଜାତୀୟ

ଭାରତର ହେଲା ରାଫେଲ: ପହଞ୍ଚିବାକୁ ଲାଗିବ ୮ ମାସ, ଉଡିବାକୁ ୧୮ ମାସ

ନୂଆଦିଲ୍ଲୀ,୯।୧୦: ଦୀର୍ଘ ଦିନର ଅପେକ୍ଷା ପରେ ଏବେ ଭାରତର ହୋଇଛି ଯୁଦ୍ଧ ବିମାନ ରାଫେଲ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଫ୍ରାନ୍ସରେ ପ୍ରଥମ ରାଫେଲ ବିମାନକୁ ଗ୍ରହଣ କରିଛନ୍ତି। ଦଶହରା ଥିବାରୁ ସେଠାରେ ସେ ଶସ୍ତ୍ରପୂଜା କରିବା ପରେ ଏହି ଯୁଦ୍ଧ ବିମାନକୁ ଗ୍ରହଣ କରିଛନ୍ତି। ଏବେ ଭାରତ ଆକାଶମାର୍ଗରେ ଆହୁରି ଶକ୍ତିଶାଳୀ ହୋଇଯାଇଛି। ସବୁଠାରୁ ବଡ କଥା ହେଲା ଏହି ଯୁଦ୍ଧ ବିମାନ ଭାରତୀୟ ବାୟୁସେନାରେ ସାମିଲ ହେବାକୁ ଆହୁରି ଲମ୍ବା ସମୟ ଲାଗିବ। ଏହା ଆସନ୍ତା ବର୍ଷ ମେ’ ମାସରେ ଭାରତ ଆସିବ ବୋଲି ଯୋଜନା ରହିଛି। ଅର୍ଥାତ୍‌ ଏହା ଭାରତ ପହଞ୍ଚିବାକୁ ୮ମାସ ଓ ଉଡିବାକୁ ୧୮ ମାସ ସମୟ ଲାଗିବ ବୋଲି କୁହାଯାଉଛି। କାରଣ ଏହାର ପାଇଲଟ, ଇଞ୍ଜିନିୟର ଓ ଟେକ୍ନିସିଆନମାନେ ଏବେ ଫ୍ରାନ୍ସରେ ପ୍ରଶିକ୍ଷଣ ନେବେ। ଏହାପରେ ଯାଇ ରାଫେଲ ଭାରତୀୟ ବାୟୁସେନାରେ ତା’ର ଶକ୍ତି ପ୍ରଦର୍ଶନ କରିବ। ଚୁକ୍ତି ଅନୁଯାୟୀ ସମସ୍ତ ୩୬ଟି ଯାକ ଯୁଦ୍ଧ ବିମାନ ୨୦୨୨ ଏପ୍ରିଲ ସୁଦ୍ଧା ଭାରତ ପହଞ୍ଚିବ ବୋଲି ସୂଚନା ମିଳିଛି। ତେବେ ୨୦୧୬ ସେପ୍ଟେମ୍ବରରେ ଫ୍ରାନ୍ସଠାରୁ ଭାରତ ଏହି ଯୁଦ୍ଧ ବିମାନ କ୍ରୟ କରିବ ବୋଲି ଚୁକ୍ତି ହୋଇଥିଲା। ୩୬ଟି ବିମାନ ମଧ୍ୟରୁ ୧୮ଟି ଅମ୍ବାଲା ଓ ଅନ୍ୟ ୧୮ଟି ହାସିମରା ଏୟାରବେସରେ ରଖାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri