Posted inଜାତୀୟ

ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର: ଆତଙ୍କବାଦୀଙ୍କୁ ‘ଫକ୍ସ୍‌ ହୋଲ୍‌ ଆମ୍ବୁଶ୍‌’ ତାଲିମ୍‌ ଦେଉଛି ଆଇଏସ୍‌ଆଇ

ଶ୍ରୀନଗର,୧୮।୯: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଦେଇ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ପାକିସ୍ତାନ ସୈନ୍ୟବିଭାଗ ନିର୍ଦ୍ଦେଶରେ କାର୍ଯ୍ୟ ଜାରି ରହିଛି। ନିର୍ଦ୍ଦେଶ ମୁତାବକ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଆତଙ୍କବାଦୀଙ୍କୁ ‘ଫକ୍ସ୍‌ ହୋଲ୍‌ ଆମ୍ବୁଶ୍‌’ ତାଲିମ୍‌ ଦେଉଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗକୁ ସୂଚନା ମିଳିଛି। ଗୁପ୍ତ ତଥ୍ୟ ଆଧାରରେ ଏକ ରିପୋର୍ଟ ମଧ୍ୟ ପ୍ରସ୍ତୁତ କରାଯାଇଛି। ନିୟନ୍ତ୍ରଣ ରେଖାରେ ଛୋଟ ଫାଙ୍କ ଦେଇ କିଭଳି ଭାରତରେ ଅନୁପ୍ରବେଶ କରାଯାଇ ପାରିବ ସେ ନେଇ ଆଇଏସ୍‌ଆଇ ପକ୍ଷରୁ ଏହି ତାଲିମ୍‌ ଦିଆଯାଉଛି। ଆତଙ୍କବାଦୀମାନେ ବ୍ୟବହାର କରିବାକୁ ଯୋଜନା କରିଥିବା ୧୦ଟି ରୁଟ୍‌ ନେଟ୍‌ଓ୍ବାର୍କିଂ ମଧ୍ୟ ଚିହ୍ନଟ କରାଯାଇଛି। ଭାରତରେ ଅନୁପ୍ରବେଶ ପାଇଁ ୨୫୦ରୁ ଅଧିକ ଆତଙ୍କବାଦୀ ଉପଯୁକ୍ତ ସୁଯୋଗକୁ ଚାହିଁ ବସିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ରିପୋର୍ଟ ଜାରି ହୋଇଛି। ରିପୋର୍ଟ ଆଧାରରେ ନିୟନ୍ତ୍ରଣ ରେଖାରେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ଫଳରେ ଆତଙ୍କବାଦୀଙ୍କ ଲାଗି ଅନୁପ୍ରବେଶ କରିବା କଷ୍ଟକର ହୋଇପଡ଼ିଥିବା କୁହାଯାଉଛି। ଆତଙ୍କବାଦୀମାନେ ବ୍ୟବହାର କରିବାକୁ ଯୋଜନା କରିଥିବା ୧୦ଟି ରୁଟ୍‌ ନେଟ୍‌ଓ୍ବାର୍କିଂ ମଧ୍ୟ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri