Posted inଜାତୀୟ

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨

ନୂଆଦିଲ୍ଲୀ,୧୫ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଶନିବାର ୧୦୨କୁ ବୃଦ୍ଧି ପାଇଥିବା ଜଣାପଡିଛି। କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୭ ଜଣ ସୁସ୍ଥ ହେବା ପରେ ସେମାନଙ୍କୁ ଘରକୁ ପଠାଇ ଦିଆଯାଇଛି। ସେମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶର ୫ ଜଣ ଥିବାବେଳେ ଦିଲ୍ଲୀ ଓ ରାଜସ୍ଥାନରୁ ଜଣେ ଲେଖାଏ ଅଛନ୍ତି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୪୦୦୦ରୁ ଅଧିକ ଲୋକଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ଇରାନରୁ ଭାରତୀୟ ଯାତ୍ରୀଙ୍କୁ ଆଣି ଆସୁଥିବା ମହାନ୍‌ ଏୟାରର ଏକ ବିମାନ ଶନିବାର ମଧ୍ୟରାତ୍ରିରେ ମୁମ୍ବାଇରେ ପହଞ୍ଚତ୍ବ ବୋଲି ଜଣାପଡିଛି। ସେହିପରି ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ଭାରତୀୟ ଛାତ୍ରଙ୍କୁ ଫେରାଇ ଆଣିବା ଲାଗି ଶନିବାର ଇଟାଲୀର ମିଲାନକୁ ପଠାଯାଇଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣ ରୋକିବା ଲାଗି ସତର୍କତା ପଦକ୍ଷେପ ସ୍ବରୂପ ଦେଶର ଅର୍ଦ୍ଧାଧିକ ରାଜ୍ୟ ଶିକ୍ଷାନୁଷ୍ଠାନ, ସିନେମା ହଲ୍‌, ମଲ୍‌, ସାଧାରଣ ଉତ୍ସବ ଅନୁଷ୍ଠାନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଦିଲ୍ଲୀରେ କରୋନାରେ ପ୍ରାଣ ହରାଇଥିବା ୬୮ ବର୍ଷୀୟା ମହିଳାଙ୍କର ଶେଷକୃତ୍ୟ ମେଡିକାଲ ତତ୍ତ୍ୱାବଧାନରେ କରାଯାଇଛି। ଦିଲ୍ଲୀର ନଗମବୋଧ ଘାଟସ୍ଥିତ ସିଏନ୍‌ଜି ଶ୍ମଶାନରେ ମହିଳାଙ୍କ ଶେଷକୃତ୍ୟ ବେଳେ ରାମ ମନୋହର ଲୋହିଆ ହସ୍ପିଟାଲ ଏବଂ ଏମ୍‌ସିଡିର ଡାକ୍ତରମାନେ ଉପସ୍ଥିତ ରହିଥିଲେ। ମରଶରୀରରୁ ଉକ୍ତ ଭୂତାଣୁ ଯେପରି ଅନ୍ୟ କାହାକୁ ସଂକ୍ରମିତ ନ ହେବ ତାହା ଉପରେ ସର୍ବାଧିକ ଦୃଷ୍ଟି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri