ଭାରତରେ ଜଣେ କରୋନା ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବା ଆଶଙ୍କା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସାମାଜିକ ଦୂରତା ପାଇଁ ଏଭଳି କରାଯାଇଛି। ଏହାଦ୍ୱାରା ସଂକ୍ରମଣର ଆଶଙ୍କା କମ୍‌ ରହିଥାଏ ବୋଲି ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଭାରତରେ ଜଣେ କରୋନା ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ ବୋଲି ଏଥିରେ ପ୍ରକାଶ ପାଇଛି। ଏକ ସର୍ଭେ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ମ୍ୟାଥ୍‌ମେଟିକାଲ ମଡେଲିଂ ଅନ୍ତର୍ଗତ ଏହି ସର୍ଭେ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଭାରତରେ ଫେବୃୟାରୀ ଶେଷ ସୁଦ୍ଧା ହୋଇଥିବା କରୋନା ସଂକ୍ରମଣ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ପ୍ରାଥମିକ ଷ୍ଟେଜ୍‌ରେ କରୋନା ସଂକ୍ରମିତ ଜଣେ ଭାରତୀୟଙ୍କଠାରୁ ହାରାହାରି ୧.୫ ଜଣ ଲୋକଙ୍କୁ ସଂକ୍ରମଣ ହୋଇଥାଏ। ତେବେ ସଙ୍କଟଜନକ ସ୍ଥିତିରେ ଜଣେ ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ସଂକ୍ରମଣ କମ୍‌ ହେଲେ ଭୂତାଣୁ ସଂକ୍ରମଣର ଶେଷସ୍ତରରେ ପହଞ୍ଚିଥିବା ଆକଳନ କରାଯାଇଥାଏ। ସେହିପରି ନୂଆ ସଂକ୍ରମଣ ଘଟଣା ଘଟିଲେ କରୋନା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ଅପରିହାର୍ଯ୍ୟ ହୋଇପଡ଼ିଥାଏ। ତେବେ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଗଲେ ସଂକ୍ରମଣ ୬୨ରୁ ୮୯ ପ୍ରତିଶତ ପର୍ଯ୍ୟନ୍ତ କମି ଯାଇଥାଏ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri