ଭାରତରେ ଟିକ୍‌ଟକ୍‌ ଆପ ବ୍ୟାନ୍‌

ନୂଆଦିଲ୍ଲୀ,୨୯ା୬- ସୀମାରେ ଉତ୍ତେଜନା ଲାଗି ରହିଥିବାବେଳେ ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଆପ୍‌ଗୁଡ଼ିକରେ ଗୋପନୀୟତା ସମେତ ଅନ୍ୟାନ୍ୟ ତଥ୍ୟ ଅନ୍ୟତ୍ର ସ୍ଥାନାନ୍ତର ହେଉଥିବା ଅଭିଯୋଗ ହୋଇଥିଲା। ଚାଇନା ଓ ଆମେରିକା ପରେ ଭାରତରେ ଟିକ୍‌ଟକ୍‌ର ସର୍ବାଧିକ ବ୍ୟବହାରକାରୀ ଅଛନ୍ତି। ଟିକ୍‌ଟକ୍‌ର ମୋଟ ବ୍ୟବହାରକାରୀଙ୍କ ସଂଖ୍ୟା ୨୦୦ କୋଟି ଟପିଥିବାବେଳେ ଭାରତରେ ୬୧.୧ କୋଟି ୟୁଜର ଥିବା ଜଣାପଡ଼ିଛି। ଟିକ୍‌ଟକ ବ୍ୟତୀତ ଅନ୍ୟ ଯେଉଁ ଚାଇନା ଆପ୍‌ ବ୍ୟାନ ହୋଇଛି, ସେଗୁଡ଼ିକ ହେଲା ଶେୟାର୍‌ଇଟ, ଜେଣ୍ଡର, କଓ୍ବୋଇ, ୟୁସି ବ୍ରାଉଜର, ଶିନ୍‌, କ୍ଲାସ୍‌ ଅଫ୍‌ କିଙ୍ଗ୍‌ସ, ଡିୟୁ ବ୍ୟାଟେରୀ ସେଭର, ହେଲୋ, ଲାଇକି, ୟୁକ୍ୟାମ୍‌ ମେକ୍‌ଅପ୍‌, ମି କମ୍ୟୁନିଟି, ସିଏମ୍‌ ବ୍ରାଉଜର୍ସ, ଭାଇରସ କ୍ଲିନର, କ୍ଲବ୍‌ ଫ୍ୟାକ୍ଟ୍ରି, ନ୍ୟୁଜ୍‌ଡଗ୍‌, ବିଉଟି ପ୍ଲସ୍‌, ଓ୍ବି ଚାଟ୍‌, ୟୁସି ନ୍ୟୁଜ, କ୍ୟୁକ୍ୟୁ ମେଲ୍‌, ଓ୍ବିବୋ, ବିଗୋ ଲାଇଭ, ସେଲ୍‌ଫିସିଟି, ମେଲ୍‌ ମାଷ୍ଟର, ପାରାଲାଲ୍‌ ସ୍ପେସ୍‌, ଭିଗୋ ଭିଡିଓ ପ୍ରମୁଖ। ତେବେ ଅନ୍ୟତମ ଲୋକପ୍ରିୟ ଚାଇନା ଆପ୍‌ ପବ୍‌ଜିକୁ ନିଷିଦ୍ଧ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri