ଭାରତରେ ଦେଢ଼ ଲକ୍ଷ ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା: ମହାରାଷ୍ଟ୍ରରେ ୫୨ ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଖୁବ୍‌ ଶୀଘ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ଼ ଲକ୍ଷ ଛୁଇଁବ। ମଙ୍ଗଳବାର ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୪୫ ହଜାର ୪୫୬ ରହିଛି। ଏବେ ପ୍ରତିଦିନ ଦେଶରେ ନୂଆ ସଂକ୍ରମିତଙ୍କ ପ୍ରାୟ ୬ ହଜାର ୫୦୦ ହାରରେ ବୃଦ୍ଧି ପାଉଛି। ତେଣୁ ଗୋଟିଏ ଦିନ ମଧ୍ୟରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୫୦ ହଜାର ଛୁଇଁବାର ଆଶଙ୍କା ରହିଛି। ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪ ହଜାର୧୭୨ ଛୁଇଁଛି। ସେହିପରି ୬୦ହଜାର ୭୦୬ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୫୨ ହଜାର ୬୬୭ ଛୁଇଁଛି। ଏଠାରେ ମୃତକଙ୍କ ସଂଖ୍ୟା ୧,୬୯୫ ରହିଛି। ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ପଛକୁ ତାମିଲନାଡୁ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୭ ହଜାର ୮୨ ରହିଛି। ସେହିପରି ମୃତକଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ସଂକ୍ରମିତ ରାଜ୍ୟ ତାଲିକାରେ ଗୁଜରାଟ ତୃତୀୟ ସ୍ଥାନରେ ରହିଛି। ଗୁଜରାଟରେ ସଂକ୍ରମିତଙ୍କ ସଂଖ୍ୟା ନେଇ ୧୪ ହଜାର ୪୬୦ ରହିଛି। ତାଲିକାରେ ଦିଲ୍ଲୀ ଚତୁର୍ଥ ସ୍ଥାନରେ ରହିଥିବାବେଳେ ପଞ୍ଚମ ସ୍ଥାନରେ ରାଜସ୍ଥାନ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ଯଥାକ୍ରମେ ୧୪ ହଜାର ୫୩ ଏବଂ ୭ ହଜାର ୩୦୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri