Posted inଜାତୀୟ

ଭାରତରେ ଦ୍ୱିତୀୟ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ, ୧୪ା୩: କରୋନା ଭୂତାଣୁ ଭାରତରେ ଆଉ ଏକ ମୁଣ୍ଡ ନେଇଛି। ମଙ୍ଗଳବାର କର୍ନାଟକର କାଲବୁର୍ଗୀରେ ଜଣେ ୭୬ ବର୍ଷୀୟ ବୃଦ୍ଧଙ୍କର କରୋନାରେ ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଦିଲ୍ଲୀରେ ୬୮ ବର୍ଷୀୟା ମହିଳା ଏହି ଭୂତାଣୁ ସଂକ୍ରମଣରେ ପ୍ରାଣ ହରାଇଛନ୍ତି। କୋଭିଡ଼-୧୯ ପଜିଟିଭ୍‌ ଥିବା ଏହି ମହିଳା ଜଣକ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଥିସହ ତାଙ୍କର ମଧୁମେହ ଓ ଉଚ୍ଚ ରକ୍ତଚାପ ଥିଲା ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି। ତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଦିଲ୍ଲୀ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ମହିଳାଙ୍କ ପୁଅ ଗତ ମାସରେ ସ୍ବିଜରଲାଣ୍ଡ ଓ ଇଟାଲୀ ଗସ୍ତରେ ଯାଇଥିଲେ। ସେ ଫେବୃୟାରୀ ୨୩ରେ ଭାରତ ଫେରିଥିଲେ। ତାଙ୍କଠାରୁ ମହିଳାଙ୍କୁ ଭୂତାଣୁ ସଂକ୍ରମଣ ହୋଇଥିବା କୁହାଯାଉଛି। ଉଭୟ ମାଆ ପୁଅଙ୍କୁ ଜ୍ୱର ଓ କାଶ ହେବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାର୍ଚ୍ଚ ୮ରେ ମହିଳାଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆର୍‌ଏମ୍‌ଏଲ ହସ୍ପିଟଲ୍‌ର ଇଣ୍ଟେନ୍‌ସିଭ କେୟାର ୟୁନିଟକୁ ସ୍ଥାନାନ୍ତର କରାଯାଇଥିଲା। ୯ ତାରିଖରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା।
ସୂଚନାଯୋଗ୍ୟ କର୍ନାଟକର ବୃଦ୍ଧ ଜଣକ କରୋନା ସଂକ୍ରମିତ ଥିବା ସ୍ବାବ୍‌ ନମୁନା ପରୀକ୍ଷା ପରେ ଗୁରୁବାର ସ୍ପଷ୍ଟ ହୋଇଥିଲା। ସେ କିଛିଦିନ ପୂର୍ବରୁ ସୌଦି ଆରବରୁ ଫେରିଥିଲେ। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୪ ଜଣଙ୍କୁ ଏବେ କ୍ୱାରାଣ୍ଟାଇନରେ ରଖାଯାଇଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨ରେ ପହଞ୍ଚତ୍ଥିବାବେଳେ ଦିଲ୍ଲୀରେ ରୋଗୀ ସଂଖ୍ୟା ୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri