‘ଭାରତରେ ନାହିଁ ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୧ା୪: ବିଭିନ୍ନ ଦେଶରେ କରୋନା ଭୂତାଣୁ ସଂକ୍ରମଣ ସମ୍ପର୍କିତ ‘ସ୍ଥିତି ରିପୋର୍ଟ’ରେ ତ୍ରୁଟି ଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସ୍ବୀକାର କରିଛି। ପୂର୍ବରୁ ପ୍ରକାଶିତ ଏହି ରିପୋର୍ଟରେ ଭାରତରେ କରୋନା ଗୋଷ୍ଠୀ ସଂକ୍ରମଣର ରୂପ ନେଇଥିବା ପ୍ରକାଶ ପାଇଥିଲା। ଏହି ତ୍ରୁଟିକୁ ସଂଶୋଧନ କରିଛି ଡବ୍ଲ୍ୟୁଏଚ୍‌ଓ। ଭାରତରେ ଅନେକ ମାମଲା ସାମ୍‌ନାକୁ ଆସିଥିଲେ ହେଁ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ଏଥିରେ କୁହାଯାଇଛି। କୋଭିଡ୍‌-୧୯ ପ୍ରଥମେ ଆରମ୍ଭ ହୋଇଥିବା ଚାଇନାରେ ମଧ୍ୟ ମାମଲା ସମୂହ ବୋଲି ଦର୍ଶାଯାଇଛି। ଭାରତରେ କରୋନାରେ ୨୦୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬୭୬୧ ଜଣ ଏଥିରେ ସଂକ୍ରମିତ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୩୭ ଜଣଙ୍କ ଜୀବନ ନେଇଛି ଏହି ଭୂତାଣୁ। ସଂକ୍ରମଣ ରୋକିବା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିବା ସହ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି ପାଳନ କରୁଥିବାରୁ ଏହା ଗୋଷ୍ଠୀ ସଂକ୍ରମଣ ସ୍ତରକୁ ଯାଇ ନ ଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?