ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଆତ୍ମହତ୍ୟା ଦୃଷ୍ଟିରୁ ଦକ୍ଷିଣ-ପୂର୍ବ ଏସିଆରେ ଭାରତର ସ୍ଥିତି ଅନ୍ୟ ଦେଶ ଅପେକ୍ଷା ବହୁ ଆଗରେ ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ରିପୋର୍ଟ ଅନୁଯାୟୀ, ଦେଶରେ ପ୍ରତି ୧ ଲକ୍ଷ ଲୋକଙ୍କ ମଧ୍ୟରେ ୧୬.୫% ଯୁବଗୋଷ୍ଠୀ ଆତ୍ମହତ୍ୟା କରୁଛନ୍ତି। ଜାତୀୟ ଅପରାଧ ସଂରକ୍ଷଣ ବ୍ୟୁରୋ ରିପୋର୍ଟ ଅନୁସାରେ, ୧୫ରୁ ୨୯ ବର୍ଷ ବୟସର ଯୁବଗୋଷ୍ଠୀ ଆତ୍ମହତ୍ୟା ଭଳି ଏକ ସାମାଜିକ ଅପରାଧକୁ ଆପଣାଇ ନେଉଛନ୍ତି। ତେବେ ପ୍ରତି ଏକ ଘଣ୍ଟାରେ ଭାରତରେ ଜଣେ ଛାତ୍ର ଆତ୍ମହତ୍ୟା କରୁଥିବା ଏହି ରିପୋର୍ଟ ଦର୍ଶାଇଛି। ସୋସିଆଲ ମିଡିଆର ବହୁଳ ବ୍ୟବହାର, ଆର୍ଥିକ ବିଶୃଙ୍ଖଳା, ପରିବାର ମଧ୍ୟରେ ଅସମାନତା, ଶିକ୍ଷା କ୍ଷେତ୍ରରେ ମାନସିକ ଚାପ ପ୍ରଭୃତି ସମସ୍ୟା ଯୁବଗୋଷ୍ଠୀଙ୍କ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ପଛର ପ୍ରମୁଖ କାରଣ ବୋଲି ଜଣାପଡ଼ିଛି। ତେବେ ଓଡ଼ିଶାରେ ମଧ୍ୟ ଏହି ଧାରା ବଢ଼ିବାରେ ଲାଗିଛି, ଯାହାକି ଅତ୍ୟନ୍ତ ଚିିନ୍ତାର ବିଷୟ। ସାମାଜିକ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଆତ୍ମହତ୍ୟା ଭଳି ଏକ ପ୍ରବୃତ୍ତିର କାରଣ ଓ ନିରାକରଣ ଦିଗରେ ପିପୁଲ୍ସ ଫୋରମ୍ ପକ୍ଷରୁ ପ୍ରଚେଷ୍ଟା କରାଯାଇଛି। ଶୁକ୍ରବାର ଏନେଇ ସ୍ଥାନୀୟ ହୋଟେଲରେ ଏକ ଜାତୀୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରେଭେନ୍ସା, କିଟ୍, ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ତଥା ସିଲିକନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ଉକ୍ତ ପ୍ରସଙ୍ଗରେ ସେମାନଙ୍କର ଲିଖିତ ମତାମତ ପ୍ରଦାନ କରିଥିଲେ। ଆଲୋଚନାଚକ୍ରରେ ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା ଗୀତାଞ୍ଜଳି ବାଟ୍ବାନବେନ୍, ଡିଏଲ୍ସିଏ ସମ୍ପାଦକ ମାନସ ରଞ୍ଜନ ରାୟ, ଏନ୍ସିଡିଏସ୍ ନିର୍ଦ୍ଦେଶକ ପ୍ରଫେସର ସଞ୍ଜିତ ମିଶ୍ର, ପୋଲିସେ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ବିଶିଷ୍ଟ ହେତୁବାଦୀ ପ୍ରତାପ ରଥ ପ୍ରମୁଖ ଯୋଗଦେଇ ଆତ୍ମହତ୍ୟା ପ୍ରବୃତ୍ତିକୁ ରୋକିବା ନିମନ୍ତେ ବିଭିନ୍ନ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ। ଅନୁଷ୍ଠାନ ତରଫରୁ ଆଗକୁ ଏ ଦିଗରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବ୍ୟାପକ ସଚେତନତା କର୍ମଶାଳା ଓ ଆଲୋଚନାଚକ୍ରମାନ କରାଯାଇ ଏହାକୁ ଏକ ମିଶନରେ ପରିଣତ କରାଯିବ ବୋଲି ପିପୁଲ୍ସ ଫୋରମ୍ର ପ୍ରତିଷ୍ଠାତା ତଥା ସଭ୍ୟ ସମ୍ପାଦକ ଗୋବିନ୍ଦ ପଟ୍ଟନାୟକ କହିଛନ୍ତି। ଦିବ୍ୟଜ୍ୟୋତି ପଟ୍ଟନାୟକ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
Archives

