ଭାରତୀୟ କଳାକାରଙ୍କ ବିଜ୍ଞାପନକୁ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୧୬।୮: ଏବେ ଭାରତୀୟ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ବିଜ୍ଞାପନ ପାକିସ୍ତାନରେ ପ୍ରସାରଣ କରାଯାଇ ପାରିବ ନାହିଁ। କାରଣ ଏମିତି ବିଜ୍ଞାପନ ପ୍ରସାରଣକୁ ଏବେ ପାକିସ୍ତାନ ବନ୍ଦ କରି ଦେଇଛି। Pakistan Electronic Media Regulatory Authority (Pemra) ଅଗଷ୍ଟ ୧୪ ବୁଧବାର ଏକ ଚିଠି ମାଧ୍ୟରେ ସମସ୍ତ ଗଣମାଧ୍ୟମକୁ ଏହା ଜଣାଇ ଦେଇଛି। ଏଗୁଡିକ ମଧ୍ୟରେ ରହିଛନ୍ତି ଡେଟଲ୍‌ ସାବୁନ, ସର୍ଫ ଏକ୍ସଲ୍‌ ଡିଟରଜେଣ୍ଟ ପାଉଡର, ପ୍ୟାଣ୍ଟିନ ସାମ୍ପୁ, ହେଡ୍‌ ଆଣ୍ଡ ସୋଲଡର ସାମ୍ପୁ, ଲାଇଫବୟ ସାମ୍ପୁ, ଫଗ୍‌ ବଡି ସ୍ପ୍ରେ, ସନସିଲ୍କ ସାମ୍ପୁ, ନର୍‌ ନୁଡୁଲ୍ସ, ସୁଫି, ଫେୟାର ଆଣ୍ଡ ଲଭଲି ଫେସ୍‌ ଓ୍ବାସ୍‌ ଓ ସେଫ୍‌ ଗାର୍ଡ ସୋପ୍‌। ବିଶେଷ କରି ଏହିସବୁ ପ୍ରଡକ୍ଟରେ ଭାରତୀୟ କଳାମାରମାନେ ଥିବାରୁ ଏହାକୁ ପରିବର୍ତ୍ତନ ନ କରାଯିବା ପର୍ଯ୍ୟନ୍ତ ଏହା ପାକିସ୍ତାନରେ ପ୍ରସାରିତ ହୋଇପାରିବ ନାହିଁ ବୋଲି କହିଛି ପାକିସ୍ତାନ ଇଲୋକଟ୍ରନିକ ମିଡିଆ ରେଗୁଲେଟୋରୀ ଅଥରିଟି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ପରେ ପାକିସ୍ତାନ ଭାରତଠାରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ କାଟି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri