ଭାରତୀୟ କଳାକାରଙ୍କ ବିଜ୍ଞାପନକୁ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୧୬।୮: ଏବେ ଭାରତୀୟ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ବିଜ୍ଞାପନ ପାକିସ୍ତାନରେ ପ୍ରସାରଣ କରାଯାଇ ପାରିବ ନାହିଁ। କାରଣ ଏମିତି ବିଜ୍ଞାପନ ପ୍ରସାରଣକୁ ଏବେ ପାକିସ୍ତାନ ବନ୍ଦ କରି ଦେଇଛି। Pakistan Electronic Media Regulatory Authority (Pemra) ଅଗଷ୍ଟ ୧୪ ବୁଧବାର ଏକ ଚିଠି ମାଧ୍ୟରେ ସମସ୍ତ ଗଣମାଧ୍ୟମକୁ ଏହା ଜଣାଇ ଦେଇଛି। ଏଗୁଡିକ ମଧ୍ୟରେ ରହିଛନ୍ତି ଡେଟଲ୍‌ ସାବୁନ, ସର୍ଫ ଏକ୍ସଲ୍‌ ଡିଟରଜେଣ୍ଟ ପାଉଡର, ପ୍ୟାଣ୍ଟିନ ସାମ୍ପୁ, ହେଡ୍‌ ଆଣ୍ଡ ସୋଲଡର ସାମ୍ପୁ, ଲାଇଫବୟ ସାମ୍ପୁ, ଫଗ୍‌ ବଡି ସ୍ପ୍ରେ, ସନସିଲ୍କ ସାମ୍ପୁ, ନର୍‌ ନୁଡୁଲ୍ସ, ସୁଫି, ଫେୟାର ଆଣ୍ଡ ଲଭଲି ଫେସ୍‌ ଓ୍ବାସ୍‌ ଓ ସେଫ୍‌ ଗାର୍ଡ ସୋପ୍‌। ବିଶେଷ କରି ଏହିସବୁ ପ୍ରଡକ୍ଟରେ ଭାରତୀୟ କଳାମାରମାନେ ଥିବାରୁ ଏହାକୁ ପରିବର୍ତ୍ତନ ନ କରାଯିବା ପର୍ଯ୍ୟନ୍ତ ଏହା ପାକିସ୍ତାନରେ ପ୍ରସାରିତ ହୋଇପାରିବ ନାହିଁ ବୋଲି କହିଛି ପାକିସ୍ତାନ ଇଲୋକଟ୍ରନିକ ମିଡିଆ ରେଗୁଲେଟୋରୀ ଅଥରିଟି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ପରେ ପାକିସ୍ତାନ ଭାରତଠାରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ କାଟି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri