ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ହାତଧୂଆ ଦିବସ

ଯାଜପୁର ଅଫିସ,୧୭।୧୦: ଭାରତୀୟ ଚିକିତ୍ସକ ସଂଘ ଯାଜପୁର ରୋଡ଼ ଆନୁକୂଲ୍ୟରେ ମଙ୍ଗଳବାର ଧନେଶ୍ୱର ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ୱ ହାତଧୁଆ ଦିବସ ପାଳିତ ହେଇଯାଇଛି। ସଂଘର ସଭାପତି ଡାକ୍ତର ହେମନ୍ତ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ମହାରଣା ମୁଖ୍ୟବକ୍ତା ଭାବେ ଯୋଗଦେଇ ହାତଧୁଆ ଦିବସର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ସଭା ପ୍ରାରମ୍ଭରେ କାର୍ଯ୍ୟକ୍ରମ ସଂଯୋଜକ ନୃସିଂହ ଚରଣ ପରିଡ଼ା ଏଇ ଦିବସର ଗୁରୁ ଓ ଏଥିରେ ଛାତ୍ରୀଛାତ୍ରଙ୍କ ଭୁମିକା ବିଷୟରେ ସମ୍ୟକ ଧାରଣା ପ୍ରଦାନ କରିଥିଲେ। ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଡା. ପ୍ରସନ୍ନକୁମାର ସାହୁ ଘରେ ସହଜରେ, ସୁବିଧାରେ ଓ ସ୍ବଳ୍ପ ମୂଲ୍ୟରେ ଉପଲବ୍ଧ ହେଉଥିବା ସାଧାରଣ ହାତଧୁଆ ସାବୁନରେ କିପରି ହାତ ଧୋଇ ରୋଗ ସଂକ୍ରମଣକୁ ପ୍ରତିରୋଧ କରାଯାଇପାରିବ ସେ ବିଷୟରେ ଆଲୋଚନା କରିଥିଲେ। ସଂଘ ସଂପାଦକ ଗୌରୀଶଙ୍କର ଷଡ଼ଙ୍ଗୀ, ପ୍ରାକ୍ତନ ଅଧ୍ୟାପକ ଏବଂ ସ୍ଥାନୀୟ ବାସିନ୍ଦା ଦେବେନ୍ଦ୍ର ପାଣିଗ୍ରାହୀ ମଧ୍ୟ ପିଲାମାନଙ୍କୁ ମୂଲ୍ୟବାନ ଉପଦେଶ ପ୍ରଦାନ କରିଥିଲେ । ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ହୋଇଥିବା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସୌମ୍ୟରଞ୍ଜନ ମହାନ୍ତି ପ୍ରଥମ, ସତ୍ୟବ୍ରତ ମହାନ୍ତି ଦ୍ୱିତୀୟ ଓ ଆଶୁତୋଷ ସାହୁ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ରୁପାଲୀ ରାଉତ, ଅଭିନନ୍ଦିତା ଶତପଥୀ ଓ ପ୍ରଜ୍ଞାପାରମିତା କରଙ୍କୁ ସାନ୍ତ୍ୱନାମୂଳକ ମାନପତ୍ର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ସହକାରୀ ଶିକ୍ଷକ ବିମ୍ବାଧର ଜେନା, କେଶବ ଚରଣ ମହାନ୍ତି ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri