Posted inଖେଳ

ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଧମକରେ ସତ୍ୟତା ନାହିଁ

ଆଣ୍ଟିଗୁଆ,୧୯ା୮(ପିଟି): ଭାରତୀୟ କ୍ରିକେଟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଧମକ ଦିଆଯାଇଥିଲା। ହେଲେ ଏଥିରେ କୌଣସି ସତ୍ୟତା ନ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏ ସମ୍ପର୍କରେ ଆଣ୍ଟିଗୁଆସ୍ଥିତ ଭାରତୀୟ ହାଇକମିଶନଙ୍କୁ ମଧ୍ୟ ସୂଚାଇ ଦିଆଯାଇଛି। ରବିବାର ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଉଲ୍ଲେଖ ଥିଲା ଯେ, ବିସିସିଆଇକୁ ଏକ ଧମକପୂର୍ଣ୍ଣ ମେଲ୍‌ ଆସିଥିଲା, ଯେଉଁଥିରେ ଓ୍ବେଷ୍ଟଇଣ୍ଡିଜ ଏ’ ବିପକ୍ଷରେ ଅଭ୍ୟାସ ମ୍ୟାଚ୍‌ ଖେଳୁଥିବା ଭାରତୀୟ ଦଳର ସୁରକ୍ଷା ଉପରେ ବିପଦ ଥିବା ଲେଖାଥିଲା। ଟିମ୍‌ ଇଣ୍ଡିଆର ସୁରକ୍ଷା ଦାୟିତ୍ୱରେ ଥିବା ଏଜେନ୍ସିକୁ ଧମକ ବିଷୟରେ ଜଣାଇଥିଲୁ। ତଦନ୍ତ ପରେ ଏହା ଏକ ମିଛ ମେଲ୍‌ ବୋଲି ଜଣାପଡ଼ିଥିବା ଜଣେ ସିନିୟର ବିସିସିଆଇ କର୍ମକର୍ତ୍ତା କହିଛନ୍ତି। ଭାରତୀୟ ହାଇକମିଶନ ସେଠାକାର ସରକାରଙ୍କୁ ସୂଚନା ଦେଇଛନ୍ତି। ଟିମ୍‌ ଇଣ୍ଡିଆର ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖାଯାଇଛି। ଦରକାର ପଡ଼ିଲେ ଅଧିକ ସୁରକ୍ଷାକର୍ମୀ ମୁତୟନ ହେବେ ବୋଲି କର୍ମକର୍ତ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri