ଭାରତୀୟ ଦଳକୁ ବଡ଼ ଝଟ୍‌କା

ଭାରତୀୟ ଦଳକୁ ବଡ଼ ଝଟକା
ବର୍ମିଂହାମ,୧ା୭(ପିଟି)- ଚଳିତ ବିଶ୍ୱକପ୍‌ରେ ପ୍ରଥମ ପରାଜୟବରଣ କରିଥିବା ଭାରତୀୟ ଦଳକୁ ସୋମବାର ବଡ଼ ଝଟକା ଲାଗିଛି। ଆହତ ସମସ୍ୟା ଯୋଗୁ ବିଜୟ ଶଙ୍କର ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ଗୋଡ଼ ଆଙ୍ଗୁଠିରେ ଲାଗିଥିବା ଆହତ ସମସ୍ୟା ଯୋଗୁ ତାଙ୍କୁ ଏଭଳି ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଛି। ତାଙ୍କ ସ୍ଥାନରେ ମୟଙ୍କ ଅଗ୍ରଓ୍ବାଲଙ୍କୁ ଡାକରା ଦିଆଯାଇପାରେ। କର୍ନାଟକ ବ୍ୟାଟ୍ସମ୍ୟାନ ଗତବର୍ଷ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆରେ ପଦାର୍ପଣ କରିଥିଲେ। ବ୍ୟାଟିଂ ପ୍ରାକ୍ଟିସ୍‌ ବେଳେ ବିଜୟଙ୍କ ଗୋଡ଼ ଆଙ୍ଗୁଠିରେ ପୁଣି ଥରେ ଯଶପ୍ରୀତ୍‌ ବୁମ୍‌ରାଙ୍କ ବଲ ବାଜିଛି। ତାଙ୍କ ସମସ୍ୟା ବୃଦ୍ଧି ପାଇଛି। ସେ ଆଉ ଚଳିତ ବିଶ୍ୱକପ୍‌ରେ ଭାଗ ନେଇପାରିବେ ନାହିଁ। ଟିମ୍‌ ମ୍ୟାନେଜମେଣ୍ଟ ବଦଳ ଖେଳାଳି ଭାବେ ସମ୍ଭବତଃ ମୟଙ୍କଙ୍କୁ ଦଳରେ ସାମିଲ କରିପାରେ। ଯଦି ରିଷଭ ପନ୍ତ ପରବର୍ତ୍ତୀ ଦୁଇଟି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବାରେ ବିଫଳ ହେଲେ ମୟଙ୍କ ଜଣେ ଓପନର ଭାବେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇପାରନ୍ତି। ଏଥିଯୋଗୁ ଲୋକେଶ ରାହୁଲଙ୍କୁ ପୁନଃ ୪ର୍ଥ କ୍ରମରେ ବ୍ୟାଟିଂ କରିବାକୁ ପଡ଼ିବ ବୋଲି ବିସିସିଆଇର ଜଣେ ସିନିୟର କର୍ମକର୍ତ୍ତା କହିଛନ୍ତି। ଆଇସିସି ଟୁର୍ନାମେଣ୍ଟ ଟେକ୍‌ନିକାଲ କମିଟି ଅନୁମତି ମିଳିବା ପରେ ମାୟଙ୍କ ବର୍ମିଂହାମ ଗସ୍ତ କରିବେ। ସେଠାରୁ ସେ ଦଳର ଅନ୍ୟ ଖେଳାଳିଙ୍କ ସହ ଲିଡ୍ସ ଯାତ୍ରା କରିବେ। ଭାରତୀୟ ଦଳ ମଙ୍ଗଳବାର ତା’ର ପରବର୍ତ୍ତୀ ଲିଗ୍‌ ମ୍ୟାଚ୍‌ରେ ବାଂଲାଦେଶକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri