ଭାରତୀୟ ଦଳର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଲେ ୟୁନିସ

ଲଣ୍ଡନ,୧।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ଇଂଲଣ୍ଡଠାରୁ ପରାଜୟବରଣ କରିଛି। ଏଥିନେଇ ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାକର ୟୁନିସ ଟିମ୍‌ ଇଣ୍ଡିଆର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି। ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ସେମିଫାଇନାଲରେ ପ୍ରବେଶ କରିବା ପାଇଁ ଭାରତୀୟ ଦଳ ଉପରେ ନିର୍ଭର କରୁଥିଲା। ଯଦି ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ର ଫଳାଫଳ ଭାରତୀୟ ଦଳ ସପକ୍ଷରେ ରହିଥାନ୍ତା, ତେବେ ସର୍ଫରାଜ ଅହମ୍ମଦଙ୍କ ଦଳ ନକ୍‌ଆଉଟ୍‌ ପର୍ଯ୍ୟାୟରେ ସ୍ଥାନ ପାଇବା ସମ୍ଭାବନା ବୃଦ୍ଧି ପାଇଥାନ୍ତା। ୩୩୮ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା ଭାରତ ସମ୍ପୂର୍ଣ୍ଣ ୫୦ ଓଭର ଖେଳି ୫ ଉଇକେଟ ହରାଇ ୩୦୬ ରନ୍‌ କରିପାରିଥିଲା। ଭାଷ୍ୟକାର ତଥା ପୂର୍ବତନ କୋଚ୍‌ ୟୁନିସ ଟୁଇଟ୍‌ କରିଛନ୍ତି, ତୁମେ କିଏ ଗୁରୁତ୍ୱପୂର୍ଣ୍ଣ ନୁହେଁ। କାର୍ଯ୍ୟ ତୁମକୁ ପରିଚୟ ଦିଏ। ପାକିସ୍ତାନ ଦଳ ସେମିଫାଇନାଲରେ ପ୍ରବେଶ କରିବ କି ନାହିଁ, ତାହା ମୋ ପାଇଁ ଚିନ୍ତାର କାରଣ ନୁହେଁ। କିନ୍ତୁ ମୁଁ ନିଶ୍ଚିତ ଯେ, କେତେଜଣ ଚାମ୍ପିୟନ ଖେଳାଳିଙ୍କ ଖେଳୁଆଡ଼ ମନୋଭାବ ପରୀକ୍ଷା ହୋଇଥିଲା। ଆଉ ସେମାନେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ମ୍ୟାଚ୍‌ ପୂର୍ବରୁ ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦାକରିବା ଲାଗି ଭାରତୀୟ ଦଳ ଜାଣିଶୁଣି ଇଂଲଣ୍ଡଠାରୁ ପରାଜିତ ହେବ ବୋଲି ପ୍ରାକ୍ତନ ପାକିସ୍ତାନ କ୍ରିକେଟରେ ବାସିତ ଅଲି ଓ ସିକନ୍ଦର ବଖତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri